ଚିଲିକା ( ଆୱାଜ ମିଡ଼ିଆ ) – ରାକେଶ ସାହୁ : ଆସନ୍ତାକାଲି ଚିଲିକା ନିର୍ବାଚନ ମଣ୍ଡଳୀରେ ଦଶ ଘଣ୍ଟା ପାଇଁ ବନ୍ଦ ରହିବ ବିଦ୍ୟୁତ ସରବରାହ । ଆବଶ୍ୟକୀୟ ମରାମତି କାର୍ଯ୍ୟ ଥିବାରୁ ଚିଲିକା ନିର୍ବାଚନ ମଣ୍ଡଳୀରେ ୧୦ ଘଣ୍ଟା ପାଇଁ ବିଦ୍ୟୁତ ସରବରାହ ସମ୍ପୂର୍ଣ୍ଣ ବନ୍ଦ ରହିବ । ଏନେଇ ଟି.ପି.ସି.ଓ.ଡି.ଏଲ ବାଲୁଗାଁ ଉପଖଣ୍ଡ ଅଧିକାରୀ ଟୁକୁନା ଦଳେଇ ସୂଚନା ଦେଇଛନ୍ତି । ୧୩୨/୩୩ କେଭି ନାଭାଲ ଗ୍ରୀଡ଼ର ବାର୍ଷିକ ରକ୍ଷଣାବେକ୍ଷଣ କାର୍ଯ୍ୟ ନିମନ୍ତେ ଆସନ୍ତାକାଲି ସକାଳ ୭ ଘଟିକାରୁ ଅପରାହ୍ନ ୫ ଘଟିକା ଯାଏଁ ବାଣପୁର, ବାଲୁଗାଁ ଏବଂ ଚିଲିକା ଅଞ୍ଚଳରେ ବିଦ୍ୟୁତ ସରବରାହ ବନ୍ଦ ରହିବ । ନାଭାଲ ଗ୍ରୀଡ଼ ଅଧୀନରେ ଆସୁଥିବା ସମସ୍ତ ବିଦ୍ୟୁତ ଉପଭୋକ୍ତା ମାନଙ୍କୁ ଏହି ପରିପ୍ରେକ୍ଷୀରେ ସହଯୋଗ କରିବାକୁ ଶ୍ରୀ ଦଳେଇ ନିବେଦନ କରିଛନ୍ତି । ମିଳିଥିବା ସୂଚନା ଅନୁସାରେ ବାଣପୁର ବ୍ଲକର ସମସ୍ତ ଅଞ୍ଚଳ, ବାଣପୁର ଏନଏସି, ବାଲୁଗାଁ ଏନଏସିର ସମସ୍ତ ଅଞ୍ଚଳରେ ବିଦ୍ୟୁତ ସରବରାହ ବନ୍ଦ ରହିବ ବୋଲି ସୂଚନା ରହିଛି । ସେହିପରି ଚିଲିକା ବ୍ଲକ୍ର ସୋରଣ, ଜରିପଡ଼ା ଏବଂ କଳକଳେଶ୍ଵର ପଞ୍ଚାୟତକୁ ବାଦ୍ ଦେଇ ଅନ୍ୟ ସମସ୍ତ ଅଞ୍ଚଳରେ ବିଦ୍ୟୁତ୍ ସରବରାହ ବନ୍ଦ ରହିବ ବୋଲି ସୂଚନା ମିଳିଛି ।