Site icon Awaj Media

ପାରଳାଖେମୁଣ୍ଡି ସରସ୍ୱତୀ ଶିଶୁ ବିଦ୍ୟା ମନ୍ଦିର ରେ ଦୀପାବଳି ଉତ୍ସବ !!!

Spread the love

ଗଜପତି ( ଆୱାଜ ମିଡ଼ିଆ ) – ବିବେକାନନ୍ଦ ବେହେରା : ଗଜପତି ଜିଲ୍ଲା ସଦର ମହକୁମା ପାରଳାଖେମୁଣ୍ଡି ସ୍ଥିତ ସରସ୍ବତୀ ଶିଶୁ ବିଦ୍ୟାମନ୍ଦିର ଠାରେ ଦୀପାବଳୀ ଉତ୍ସବ ପାଳିତ ହୋଇଯାଇଛି । ସ୍ଥାନୀୟ ଦେବୀମଠର ମହନ୍ତ ପୂଜ୍ୟଶ୍ରୀ ରାମାନନ୍ଦ ଦାଶ ଓ ବିଦ୍ୟାଳୟର ପରିଚାଳନା କମିଟିର ସହ ସମ୍ପାଦକ ଶ୍ରୀ ଜନ୍ମେଜୟ ସାହୁଙ୍କ କର କମଳରେ ଦୀପ ପ୍ରଜ୍ଜ୍ୱଳନ ପୂର୍ବକ କାର୍ଯ୍ୟକ୍ରମ ଆରମ୍ଭ ହୋଇଥିଲା । ଆସନ୍ତା ଜାନୁଆରୀ ୨୨ ତାରିଖ ଦିନ ଅଯୋଧ୍ୟାରେ ଶ୍ରୀରାମ ଜନ୍ମଭୂମି ଠାରେ ପ୍ରଭୁ ଶ୍ରୀରାମଙ୍କର ଭବ୍ୟ ମନ୍ଦିର ଉଦ୍ଘାଟନର ଶୁଭକାମନା ପୂର୍ବକ ଛାତ୍ରଛାତ୍ରୀ ମାନେ ଏହି ଅବସରରେ ୫୦୦୦ ଦୀପ ପ୍ରଜ୍ଜ୍ୱଳନ କରିଥିଲେ । ଛାତ୍ରଛାତ୍ରୀ ଙ୍କ ଦ୍ଵାରା ସାଂସ୍କୃତିକ କାର୍ଯ୍ୟକ୍ରମ ଆୟୋଜିତ ହୋଇଥିଲା । ଉକ୍ତ କାର୍ଯ୍ୟକ୍ରମଟି ବିଦ୍ୟାଳୟର ପ୍ରଧାନାଚାର୍ଯ୍ୟ ଶ୍ରୀଯୁକ୍ତ ସରୋଜ କୁମାର ପଣ୍ଡାଙ୍କ ତତ୍ତ୍ଵାବଧାନରେ ତଥା ବିଦ୍ୟାଳୟର ସମସ୍ତ ଆଚାର୍ଯ୍ୟ ଆଚାର୍ଯ୍ୟାଙ୍କ ସହଯୋଗରେ ସଫଳ ହୋଇଥିଲା ।

 

Exit mobile version