ଜାତୀୟ ଶିକ୍ଷାନୀତି ମୌଳିକ ସାକ୍ଷରତା ଓ ସଂଖ୍ୟା ଜ୍ଞାନ ଆଲୋଚନା ଚକ୍ର ଅନୁଷ୍ଠିତ !!!

Spread the love

ଗଜପତି ( ଆୱାଜ ମିଡ଼ିଆ ) – ବିବେକାନନ୍ଦ ବେହେରା : ସ୍ଥାନୀୟ ସରସ୍ଵତୀ ଶିଶୁ ବିଦ୍ୟା ମନ୍ଦିର ପରିସର ମଧ୍ୟରେ ଜାତୀୟ ଶିକ୍ଷାନୀତି (NEP- 2020)ରେ ପ୍ରସ୍ତାବିତ ମୌଳିକ ସାକ୍ଷରତା ଓ ସଂଖ୍ୟା ଜ୍ଞାନ (FOUNDATIONAL LITERACY AND NUMERACY) ସମ୍ବନ୍ଧୀୟ ଏକ ଆଲୋଚନା ଚକ୍ର ଅନୁଷ୍ଠିତ ହୋଇଯାଇଛି । ଏହି ଅବସରରେ ମୁଖ୍ୟ ଅତିଥିଭାବେ ଜିଲ୍ଲା ଚିକିତ୍ସାଳୟର ଚକ୍ଷୁ ସହଯୋଗୀ ଶ୍ରୀ ଜନ୍ମେଜୟ ସାହୁ, ସମ୍ମାନିତ ଅତିଥି ରୂପେ ପାରଳାଖେମୁଣ୍ଡି ସଂକୁଳ ପ୍ରମୁଖ ଶ୍ରୀଯୁକ୍ତ ରାଜେନ୍ଦ୍ର ପଢିଆରୀ ବିଦ୍ୟାଳୟର ପରିଚାଳନା କମିଟିର ସଦସ୍ୟା ଶ୍ରୀମତୀ ସୁଷମା ଦାଶ ପ୍ରମୁଖ ଯୋଗଦେଇଥିଲେ ।ବରିଷ୍ଠ ଶିକ୍ଷକ ପ୍ରଶିକ୍ଷକ ଶ୍ରୀଯୁକ୍ତ ମନୋଜ କୁମାର ପଣ୍ଡା, ଶ୍ରୀ ହରିନାଥ ପାତ୍ର, ଶ୍ରୀଯୁକ୍ତ ରମାକାନ୍ତ ପଟ୍ଟନାୟକ ଓ ଶ୍ରୀଯୁକ୍ତ ଅମୂଲ୍ୟ ପାଣିଗ୍ରାହୀ ପ୍ରମୁଖ ଯୋଗଦେଇଥିଲେ ।ଉକ୍ତ କାର୍ଯ୍ୟକ୍ରମରେ ଶିଶୁମାନଙ୍କର ମୌଳିକ ସ୍ତରରେ ସାକ୍ଷରତା ଓ ସଂଖ୍ୟା ଜ୍ଞାନ କିପରି ବିକଶିତ ହୋଇପାରିବ ସେ ସମ୍ବନ୍ଧରେ ପ୍ରଶିକ୍ଷକମାନେ ବିସ୍ତୃତ ଭାବରେ ଆଲୋକପାତ କରିଥିଲେ । ଜିଲ୍ଲାର ବିଭିନ୍ନ ଶିଶୁ ମନ୍ଦିରର ଯଥା- ନାରାୟଣପୁର, ରାମଗିରି,ରାୟଗଡ଼ର ଆଚାର୍ଯ୍ୟ ଆଚାର୍ଯ୍ୟା,ପାରଳାଖେମୁଣ୍ଡିର ବିଭିନ୍ନ ଶିକ୍ଷାନୁଷ୍ଠାନର ପ୍ରଧାନ ଶିକ୍ଷକ ଓ ସହ- ଶିକ୍ଷକ/ଶିକ୍ଷୟତ୍ରୀ,ବରିଷ୍ଠ ନାଗରିକ, ବୁଦ୍ଧିଜୀବୀ ଗଣ ଓ ବିଦ୍ୟାଳୟର ମାତୃଭାରତୀ ,ଅଭିଭାବକ/ଅଭିଭାବିକା ପ୍ରଭୃତି ଯୋଗଦାନ କରି ନିଜର ସୁଚିନ୍ତିତ ମତାମତ ଉପସ୍ଥାପନ କରିଥିଲେ। ବିଦ୍ୟାଳୟର ଶିଶୁ ବାଟିକା ପ୍ରମୁଖ ଶ୍ରୀମତୀ ମମତା ମହାପାତ୍ରଙ୍କ ସଂଯୋଜନାରେ ତଥା ବିଦ୍ୟାଳୟର ପ୍ରଧାନ ଆଚାର୍ଯ୍ୟ ଶ୍ରୀଯୁକ୍ତ ସରୋଜ କୁମାର ପଣ୍ଡାଙ୍କ ନେତୃତ୍ୱରେ ଓ ସମସ୍ତ ଆଚାର୍ଯ୍ୟ ଆଚାର୍ଯ୍ୟା ମାନଙ୍କ ସହଯୋଗରେ କାର୍ଯ୍ୟକ୍ରମଟି ସଫଳ ହୋଇଥିଲା। କାର୍ଯ୍ୟକ୍ରମର
ପରିଶେଷରେ ଶ୍ରୀମତୀ ସୁଷମା ଦାସ ଧନ୍ୟବାଦ ଅର୍ପଣ କରିଥିଲେ ।

Leave a Reply

Your email address will not be published. Required fields are marked *