ଯାଜପୁର ( ଆୱାଜ ମିଡ଼ିଆ ) – ଜିଜ୍ଞାସୁ ସାହୁ : ପିମ୍ପୁଡିଆ ସରକାରୀ ବିଦ୍ୟାଳୟରେ ଜିଲ୍ଲାସ୍ତରୀୟ ଶିଶୁ ମେଳା ଉଦଯାପିତ, ଯୋଗଦେଲେ ମନ୍ତ୍ରୀ ! ସୁକିନ୍ଦା ବ୍ଲକ ଅନ୍ତର୍ଗତ ପିମ୍ପୁଡିଆ ପଞ୍ଚାୟତ ପତିତପାବନ ଉଚ୍ଚ ବିଦ୍ୟାଳୟ ପରିସରରେ ଦୁଇ ଦିନିଆ ଜିଲ୍ଲାସ୍ତରୀୟ ଶିଶୁମେଳା ରବିବାର ଅପରାହ୍ନ 3 ଟାରେ ଉଦଯାପିତ ହୋଇଯାଇଛି । ଏହି କାର୍ଯ୍ୟକ୍ରମରେ ଗ୍ରାମ୍ୟ ଉନ୍ନୟନ ମନ୍ତ୍ରୀ ପ୍ରିତିରଞ୍ଜନ ଘଡ଼ାଇ ମୁଖ୍ୟ ଅତିଥି ଭାବେ ଯୋଗଦେଇ ପ୍ରତିଯୋଗିତାରେ ଅଂଶଗ୍ରହଣ କରିଥିବା ଛାତ୍ର ଛାତ୍ରୀ ମାନଙ୍କୁ ପୁରସ୍କାର ବିତରଣ କରିଥିଲେ । ଏହି ଉତ୍ସବରେ ଜିଲ୍ଲାର ୧୦ ଗୋଟି ବ୍ଲକର ବିଭିନ୍ନ ବିଦ୍ୟାଳୟରୁ ଶତାଧିକ ଛାତ୍ର ଛାତ୍ରୀ ଭାଗନେଇଥିଲେ । ଏହି ମେଳାରେ ତର୍କ, ସଙ୍ଗୀତ,ଚିତ୍ରାଙ୍କନ, କବିତା ରଚନା, ଗଳ୍ପ ଲିଖନ, କବିତା ଆବୃତି, ସାଧାରଣ ଜ୍ଞାନ, ଏକକ ଅଭିନୟ, ଏକକ ନୃତ୍ୟ ଭଳି ଦଶଗୋଟି ବିଭାଗର ପ୍ରତିଯୋଗିତା ଅନୁଷ୍ଠିତ ହୋଇଥିଲା। ପ୍ରତ୍ୟେକ ବିଭାଗର କୃତି ଛାତ୍ର ଛାତ୍ରୀ ମାନଙ୍କୁ ପୁରସ୍କାର ସହ ପ୍ରମାଣପତ୍ର ପ୍ରଦାନ କରାଯାଇଥିଲା। କାର୍ଯ୍ୟକ୍ରମରେ ଅନ୍ୟତମ ଅତିଥି ଭାବେ ବ୍ରଜକିଶୋର ବିଶ୍ୱାଳ, ସୁକିନ୍ଦା ବିଇଓ ନାରାୟଣ ଚନ୍ଦ୍ର ଦାସ, ଓଷ୍ଟା ସାଧାରଣ ସମ୍ପାଦକ ରଞ୍ଜନ କୁମାର ଦାସ, ନାରାୟଣ ଚନ୍ଦ୍ର ଧିର, ବ୍ଲକ ଅଧ୍ୟକ୍ଷ ଦିବ୍ୟରଞ୍ଜନ ବରାଳ, ଉପାଧକ୍ଷା ଭାଗ୍ୟଲକ୍ଷ୍ମୀ ରାଉତ,୩୭ ନଂ ଜୋନ ଜିଲ୍ଲାପରିଷଦ ଜେମା ଚାଖି, ଓଷ୍ଟା ସମ୍ପାଦକ ନିର୍ମଳ ଚନ୍ଦ୍ର ଜେନା,ଯୁଗପ୍ରଭା ସାବତ ରମେଶ ଚନ୍ଦ୍ର ବେହେରା ପ୍ରମୁଖ ଯୋଗଦେଇଥିଲେ । ଓସ୍ଟା ସଭାପତି ସୁନନ୍ଦ କୁମାର ରାଉତଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଏହି କାର୍ଯ୍ୟକ୍ରମରେ ସମ୍ପାଦକ ସଞ୍ଜୟ କୁମାର ସାହୁ ଅତିଥି ପରିଚୟ ପ୍ରଦାନ କରିଥିଲେ। ଶେଷରେ ଅମରେଶ ପଣ୍ଡା ଧନ୍ୟବାଦ ଅର୍ପଣ କରିଥିଲେ ।
ପିମ୍ପୁଡିଆ ସରକାରୀ ବିଦ୍ୟାଳୟରେ ଜିଲ୍ଲା ସ୍ତରୀୟ ଶିଶୁ ମେଳା ଉଦଯାପିତ !!!

