Site icon Awaj Media

ପାରଳାଖେମୁଣ୍ଡି ରେ ବିଜେଡିର ୨୭ ତମ ପ୍ରତିଷ୍ଠା ଦିବସ !!!

Spread the love

ଗଜପତି ( ଆୱାଜ ମିଡ଼ିଆ ) – ବିବେକାନନ୍ଦ ବେହେରା : ପାରଳାଖେମୁଣ୍ଡି ରେ ବିଜେଡିର ୨୭ ତମ ପ୍ରତିଷ୍ଠା ଦିବସ କାର୍ଯ୍ୟକ୍ରମ ! ଗଜପତି ଜିଲ୍ଲା ସଦର ମହକୁମା ପାରଳାଖେମୁଣ୍ଡି ସ୍ଥିତ ହାଇସ୍କୁଲ ଛକ ନିକଟରେ ଥିବା ବିଜୁବାବୁଙ୍କ ପ୍ରତିମୂର୍ତ୍ତିରେ ବ୍ରହ୍ମପୁର ସାଂସଦ ଚନ୍ଦ୍ର ଶେଖର ସାହୁ ପୁଷ୍ପ ମାଲ୍ୟାର୍ପଣ କରିଥିବା ସଙ୍ଗେ ସଙ୍ଗେ ବଜାର ଛକ ନିକଟରେ ଥିବା ମହାରାଜା ଶ୍ରୀ କୃଷ୍ଣଚନ୍ଦ୍ର ଗଜପତି ମହାରାଜାଙ୍କ ପ୍ରତିମୂର୍ତ୍ତିରେ ପୁଷ୍ପ ମାଲ୍ୟାର୍ପଣ କରା ଯାଇଥିଲା । ପରେ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ଫଳ ବଣ୍ଟନ କରାଯାଇଥିଲା । ତାପରେ ପାରଳାଖେମୁଣ୍ଡି ସ୍ଥିତ ଗଜପତି ଷ୍ଟାଡିୟମ ଠାରେ ଓଡ଼ିଶା ମୋ ପରିବାର ଜୀବନ ବିନ୍ଦୁ ଆନୁକୂଲ୍ୟରେ ଏକ ରକ୍ତଦାନ ଶିବିର କାର୍ଯ୍ୟକ୍ରମ ହୋଇଥିଲା । ପରେ 27 ତମ ପ୍ରତିଷ୍ଠା ଦିବସ ଉପଲକ୍ଷେ ଏକ ବୈଠକକୁ ବ୍ରହ୍ମପୁର ସାଂସଦ ପ୍ରଦୀପ ପ୍ରଜ୍ବଳନ କରି ଶୁଭାରମ୍ଭ କରିଥିଲେ । ଜିଲ୍ଲା ପରିଷଦ ଅଧ୍ୟକ୍ଷ ଜୀ ତିରୁପତି ରାଓ ଅତିଥି ପରିଚୟ ଓ ସ୍ୱାଗତ ଭାଷଣ ପ୍ରଦାନ କରିଥିଲେ। ହାଇଟେକ ଗ୍ରୁପର ଅଧ୍ୟକ୍ଷ ଡକ୍ଟର ତିରୁପତି ପାଣିଗ୍ରାହୀ, ଯୁବ ଇଂଜିନିୟର ରୂପେସ ପାଣିଗ୍ରାହୀ, ରାଜଜେମା କଲ୍ୟାଣି ଗଜପତି,ସ୍ୱତନ୍ତ୍ର ଉନ୍ନୟନ ପରିଷଦ ଅଧ୍ୟକ୍ଷା ମରିୟମ ରଇତ, ରାଜ୍ୟ ସମ୍ପାଦକ ପ୍ରଦୀପ ନାୟକ, ବିଜେଡି ଯୁବ ସଭାପତି ଏସ ଲିଙ୍ଗରାଜ,ପୌର ପରିଷଦ ଅଧ୍ୟକ୍ଷା ନିର୍ମଳା ସେଠୀ,ଟାଉନ ପ୍ରେସିଡେଣ୍ଟ ସୁଧୀରଞ୍ଜନ ମହାପାତ୍ର , ବସନ୍ତ ଦାସ,ପୌର ପରିଷଦ ଉପାଧ୍ୟକ୍ଷ ଲେଙ୍କା ମଧୁ,କାଶୀ ନଗର ଏନ ଏ ସି ଅଧ୍ୟକ୍ଷା ସୁଧାରାଣୀ, କାଶୀ ନଗର ବ୍ଲକ ଅଧ୍ୟକ୍ଷା ସାୟାମ୍ମା, ଗୋଶାଣୀ ବ୍ଲକ ଅଧ୍ୟକ୍ଷ ଏନ ବୀରରାଜୁ, ଜିଲ୍ଲା ପରିଷଦ ସଭ୍ୟ ଏସ ବାଲରାଜୁ,ଗୁମ୍ମା ବ୍ଲକ ଅଧ୍ୟକ୍ଷା ସୁନେମି ମଣ୍ଡଳ ପ୍ରମୁଖ ମଞ୍ଚାସିନ ରହି ନିଜ ନିଜ ବକ୍ତବ୍ୟ ରଖିଥିଲେ । ଏହି ବୈଠକରେ ବହୁ ବିଜେଡି ନେତା ଓ କର୍ମୀ ଉପସ୍ଥିତ ଥିଲେ ।

Exit mobile version