ଗୋଦାବରୀଶ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ସ୍ତରୀୟ ଯୁବ ବିକାଶ କାର୍ଯ୍ୟକ୍ରମର ଉଦଯାପନ !!!

Spread the love

ବାଣପୁର ( ଆୱାଜ ମିଡ଼ିଆ ) – ରାକେଶ ସାହୁ : ଓଡ଼ିଶା ସରକାରଙ୍କ ଯୁବ ବିକାଶ କାର୍ଯ୍ୟକ୍ରମର ଉଦଯାପନୀ ମହା ସମାରୋହ ଶନିବାର ଗୋଦାବରୀଶ ଉଚ୍ଚ ବିଦ୍ୟାଳୟର ଅଡିଟୋରିୟମ ହଲରେ ଆୟୋଜିତ ହୋଇଯାଇଛି। ଏହି ଉତ୍ସବରେ ମହାବିଦ୍ୟାଳୟର ପୂର୍ବତନ ଅଧ୍ୟକ୍ଷ,ରୋଟାରିୟାନ ଶ୍ରୀଯୁକ୍ତ ବିଜୟ କୁମର ନନ୍ଦ ମୂଖ୍ୟ ଅତିଥି,ବାଣପୁର ଥାନା ଭାରପ୍ରାପ୍ତ ଅଧିକାରୀ ଶ୍ରୀ ରମେଶ କୁମାର ଦେବତା , ସମ୍ମାନିତ ଅତିଥି ବାଣପୁର ବିଜ୍ଞାପିତ ଅଞ୍ଚଳ ପରିଷଦର ଅଧ୍ୟକ୍ଷ ଶ୍ରୀ ମିଟୁ ନାୟକ ଯୋଗଦେଇ ସରକାରଙ୍କ ଏହି ବହୁମୁଖୀ କାର୍ଯ୍ୟକ୍ରମର ଭୂୟାଁ ପ୍ରଶଂସା କରିଥିଲେ। ଏହି ଉତ୍ସବରେ ମହାବିଦ୍ୟାଳୟର ଅଧ୍ୟକ୍ଷ ଶ୍ରୀ ବିନାୟକ ହୋତା ଅଧ୍ୟକ୍ଷତା କରିଥିବା ବେଳେ ଡିଗ୍ରୀ ନୋଡାଲ ଅଧିକାରୀ ଡ଼ ଏସପିଏନ୍ଏସ୍ ବର୍ମା ସ୍ଵାଗତ ଭାଷଣ ସହ ଅତିଥି ପରିଚୟ ପ୍ରଦାନ କରିଥିଲେ। ପାଠ ପଢିବା ସହ ସଙ୍ଗୀତ ,କ୍ରୀଡା, ସମାଜସେବା ଆଦି ବିଭିନ୍ନ କ୍ଷେତ୍ରରେ କାର୍ଯ୍ୟ କରିବା ପାଇଁ ଅତିଥି ମାନେ ଛାତ୍ରଛାତ୍ରୀ ମାନଙ୍କୁ ଉପଦେଶ ପ୍ରଦାନ କରିଥିଲେ । ଉଚ୍ଚ ମାଧ୍ୟମିକ ବିଦ୍ୟାଳୟର ଅଧ୍ୟକ୍ଷ ଶ୍ରୀ ଲକ୍ଷ୍ମୀ ପ୍ରସାଦ ମିଶ୍ର ନୀତନିଷ୍ଠ ହୋଇ ଛାତ୍ର ଜୀବନ ଅତିବାହିତ କରିବାପାଇଁ କହିଥିବା ବେଳେ ଯୁକ୍ତ ଦୁଇ ନୋଡାଲ ଅଫିସର ଶ୍ରୀ ଜୟନ୍ତ କୁମାର ବିହାରୀ ଦୀର୍ଘ ଏକ ମାସ ଧରି ଚାଲିଥିବା କାର୍ଯ୍ୟକ୍ରମର ଏକ ସ°କ୍ଷିପ୍ତ ବିବରଣୀ ଉପସ୍ଥାପନ କରିଥିଲେ । କୋର୍ଡିନେଟର ରଶ୍ମିତା ମହାରଣା, ହିଟଲର ବେହେରା ବାଦଲ ବେହେରା ନିଜ ନିଜ କ୍ଷେତ୍ରରେ ହୋଇଥିବା ପ୍ରତିଯୋଗିତାରେ ସଫଳତା ହାସଲ କରିଥିବା ଛାତ୍ରଛାତ୍ରୀ ମାନଙ୍କ ନାମ ଘୋଷଣା କରିଥିଲେ ଓ ଅତିଥି ମାନଙ୍କ ଦ୍ଵାରା ସେମାନଙ୍କୁ ପୁରସ୍କାର ପ୍ରଦାନ କରାଯାଇଥିଲା । ଅଧ୍ୟାପିକା ମିକି ମନସ୍ଵିନୀ କାର୍ଯ୍ୟକ୍ରମ ସ°ଯଯୋନା କରିଥିଲେ । ଉତ୍ସବରେ ଅନୁଷ୍ଠାନର ସମସ୍ତ ଶିକ୍ଷକ ଅଣ ଶିକ୍ଷକ କର୍ମଚାରୀ ଓ ଛାତ୍ରଛାତ୍ରୀ ଯୋଗଦେଇ ଏହାକୁ ସମ୍ପୂର୍ଣ୍ଣ ସଫଳ କରିଥିଲେ। ପରିଶେଷରେ ଛାତ୍ରଛାତ୍ରୀ ମାନଙ୍କ ଦ୍ଵାରା ମନୋରଞ୍ଜନ କାର୍ଯ୍ୟକ୍ରମ ପରିବେଷଣ କରାଯାଇଥିଲା ।

Leave a Reply

Your email address will not be published. Required fields are marked *