ବାଣପୁର ( ଆୱାଜ ମିଡ଼ିଆ ) – ରାକେଶ ସାହୁ : ଖୋର୍ଦ୍ଧା ଜିଲ୍ଲା ବାଣପୁର ବିଜ୍ଞାପିତ ଅଞ୍ଚଳ ରେ ଥିବା ଲଡୁକେଶ୍ୱର ବିଦ୍ୟାମନ୍ଦିର ର ବାର୍ଷିକ ଉତ୍ସବ ପାଳିତ ହୋଇଯାଇଛି । ଏହି ଅବସରରେ ମନୋଜ କୁମାର ମିଶ୍ରଙ୍କ ଅଧ୍ୟକ୍ଷତାରେ ଏକ ସାଧାରଣ ସଭା ଆୟୋଜନ କରାଯାଇଥିଲା । ଏଥିରେ ମୁଖ୍ୟ ଅତିଥି ଭାବେ ବିଜ୍ଞାପିତ ଅଞ୍ଚଳ ପରିଷଦ ଅଧ୍ୟକ୍ଷ ମିଟୁ ନାୟକ, ମୁଖ୍ୟ ବକ୍ତା ଭାବେ ଭୁବନେଶ୍ଵର ଛତାବର ମହାବିଦ୍ୟାଳୟ ର ଅଧ୍ୟକ୍ଷ ଅମ୍ବିକା ପ୍ରସାଦ ମିଶ୍ର, ସମ୍ମାନିତ ଅତିଥି ଭାବେ ବିଦ୍ୟାଳୟର ସମ୍ପାଦକ ସୁଧାଂଶ ଶେଖର ମିଶ୍ର ଯୋଗଦେଇ ଶିକ୍ଷା, ସଂସ୍କୃତି ସମ୍ପର୍କରେ ଅଭିଭାଷଣ ଦେଇଥିଲେ । ଏହି ଅବସରରେ ବିଭିନ୍ନ କ୍ଷେତ୍ରରେ କୃତିତ୍ୱ ଅର୍ଜନ କରିଥିବା ଛାତ୍ର ଛାତ୍ରୀ ମାନଙ୍କୁ ଅତିଥି ମାନଙ୍କ ଦ୍ଵାରା ଟ୍ରଫି ଓ ମାନପତ୍ର ପ୍ରଦାନ କରାଯାଇଥିଲା । ସଭା ପରିଶେଷରେ ବିଦ୍ୟାଳୟର ଛାତ୍ର ଛାତ୍ରୀ ମାନଙ୍କ ଦ୍ଵାରା ସାଂସ୍କୃତିକ କାର୍ଯ୍ୟକ୍ରମ ପରିବେଷଣ କରାଯାଇଥିବା ବେଳେ ଏହାକୁ ବିଦ୍ୟାଳୟର ସମସ୍ତ ଗୁରୁଜି ଗୁରୁମା ଓ ପରିଚାଳନା କମିଟିର ସଦସ୍ୟ ମାନେ ସହଯୋଗ କରିଥିଲେ ।।
ବାଣପୁର ଲଡୁକେଶ୍ୱର ବିଦ୍ୟାମନ୍ଦିର ର ବାର୍ଷିକ ଉତ୍ସବ !!!

