୧୯୯ ସପ୍ତାହରେ ଚିନ୍ମୟ ଫାଉଣ୍ଡେସନର କୋଭିଡ୍ କିଟ୍ ଓ ରିଲିଫ୍ ବଣ୍ଟନ କାର୍ଯ୍ୟକ୍ରମ !!!

Spread the love

ଯାଜପୁର ( ଆୱାଜ ମିଡ଼ିଆ ) – ବ୍ୟୁରୋ ରିପୋର୍ଟ : ମହାମାରୀ କରୋନାର ତାଣ୍ଡବଲୀଳାରେ ସମଗ୍ର ବିଶ୍ବ ତ୍ରାହି ତ୍ରାହି ଡାକୁଥିବା ବେଳେ ଜୀବନକୁ ବାଜି ଲଗାଇ ଯାଜପୁର ଜିଲ୍ଲାର ବାବଲପୁରସ୍ଥିତ ଆନ୍ତର୍ଜାତିକ ଲୋକ ସଂଗଠନ ଚିନ୍ମୟ ଫାଉଣ୍ଡେସନ ପକ୍ଷରୁ ନିରବଚ୍ଛିନ୍ନ ପ୍ରକ୍ରିୟାରେ ଆଜକୁ ଦୀର୍ଘ ୧୩୯୩ ଦିନ ଧରି ମହାମାରୀ କରୋନା ସଚେତନତା ଓ କୋଭିଡ୍ କିଟ୍ ବଣ୍ଟନ ସହ ଗରିବ ଓ ଅସହାୟ ଲୋକ ମାନଙ୍କୁ ମିଶନ୍ ଅମୃତ ହସ୍ତମ୍ କାର୍ଯ୍ୟକ୍ରମ ମାଧ୍ୟମରେ ରିଲିଫ ସାମଗ୍ରୀ ବଣ୍ଟନ ଜାରି ରଖିଛି। ସଚେତନତା ଫଳରେ ଭାରତରୁ କୋଭିଡ୍ ସଂକ୍ରମଣ ସଂଖ୍ୟା କମିବାରେ ଲାଗିଥିବାର ଦେଖିବାକୁ ମିଳିଛି । ତଥାପି ବହୁ ମାତ୍ରାରେ ସଚେତନତାର ଆବଶ୍ୟକତାକୁ ଉପଲବ୍ଧି କରି ଚିନ୍ମୟ ଫାଉଣ୍ଡେସନର ପ୍ରତିଷ୍ଠାତା ତଥା ଆନ୍ତର୍ଜାତିକ ଅଧ୍ୟକ୍ଷ ଚିନ୍ମୟ ଦାଶଙ୍କ ନିର୍ଦ୍ଦେଶ କ୍ରମେ ଫାଉଣ୍ଡେସନର ଦିନ ସଂଖ୍ୟା ୧୩୮୭ରୁ ୧୩୯୩ ପର୍ଯ୍ୟନ୍ତ ସାତ ଦିନ ଧରି ଅର୍ଥାତ୍ ଗତ ୦୭ ଜାନୁୟାରୀ ୨୦୨୪ ରୁ ୧୩ ଜାନୁୟାରୀ ୨୦୨୪ ପର୍ଯ୍ୟନ୍ତ ଓଡ଼ିଶାର ବିଭିନ୍ନ ସ୍ଥାନରେ ସଚେତନତା ସହ କୋଭିଡ୍ କିଟ୍ ଏବଂ ଗରିବ ଓ ଅସହାୟ ମାନଙ୍କୁ ରିଲଫ୍ ବଣ୍ଟନ ଜାରି ରଖିଥିବାର ଦେଖିବାକୁ ମିଳିଛି। ସମାଜସେବୀ ଶ୍ରୀକ୍ଷେତ୍ର ସାହୁ,ସୁମନ ମଲ୍ଲିକ ଏବଂ ତାଙ୍କର ସାଥି ମାନେ ଏହି କାର୍ଯ୍ୟକ୍ରମକୁ ଜାରି ରଖିଛନ୍ତି ।

Leave a Reply

Your email address will not be published. Required fields are marked *