Site icon Awaj Media

ବାଣପୁର ସାହାସପୁର ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ୯୭ ତମ ପ୍ରତିଷ୍ଠା ଦିବସ !!!

Spread the love

ବାଣପୁର ( ଆୱାଜ ମିଡ଼ିଆ ) – ରାକେଶ ସାହୁ : ଖୋର୍ଦ୍ଧା ଜିଲ୍ଲା ବାଣପୁର ବ୍ଲକ ସାହସପୁର ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ପରିସରରେ ବିଦ୍ୟାଳୟ ର ୯୭ ତମ ପ୍ରତିଷ୍ଠା ଦିବସ ଓ ବାର୍ଷିକ ଉତ୍ସବ ପାଳିତ ହୋଇଯାଇଛି । ଏହି ଅବସରରେ ବ୍ଳକ ଶିକ୍ଷା ଅଧିକାରୀ ସନାତନ ଜାଲି ଙ୍କ ଅଧ୍ୟକ୍ଷତା ରେ ଏକ ସଭାକାର୍ଯ୍ୟ ଆୟୋଜନ କରାଯାଇଥିଲା । ଏଥିରେ ମୁଖ୍ୟ ଅତିଥି ଭାବେ ଭବାନୀପୁର ଗ୍ରାମ ପଞ୍ଚାୟତ ସରପଞ୍ଚ କାର୍ତ୍ତିକ ବାରିକ, ମୁଖ୍ୟ ବକ୍ତା ଭାବେ ଶିକ୍ଷାବିତ ରାଜେନ୍ଦ୍ର ପ୍ରସାଦ ରଥ, ସମ୍ମାନିତ ଅତିଥି ଭାବେ କୈଳାଶ ହୋତା, ସୋମନାଥ ପ୍ରଧାନ ଓ କଲ୍ୟାଣୀ ସାହୁ ଯୋଗଦେଇ ଶିକ୍ଷା ସଂସ୍କୃତି ସମ୍ପର୍କରେ ଆଲୋଚନା କରିଥିଲେ । ବିଦ୍ୟାଳୟ ର ୯୭ ତମ ପ୍ରତିଷ୍ଠା ଦିବସ ଅବସରରେ ବିଭିନ୍ନ କ୍ଷେତ୍ରରେ କୃତୀ ଅର୍ଜନ କରିଥିବା ଛାତ୍ର ଛାତ୍ରୀ ମାନଙ୍କୁ ମାନପତ୍ର ସହ ଟ୍ରଫି ଅତିଥି ମାନେ ପ୍ରଦାନ କରିଥିଲେ । ଏହାକୁ ପ୍ରଧାନ ଶିକ୍ଷକ ସୋମନାଥ ପ୍ରଧାନ ପରିଚାଳନା କରିଥିବା ବେଳେ, ଅନ୍ୟାନ୍ୟ ଶିକ୍ଷକ ଓ ଶିକ୍ଷୟତ୍ରୀ ମାନେ ପରିଚାଳନାରେ ସହଯୋଗ କରିଥିଲେ ।।

Exit mobile version