Site icon Awaj Media

ଗଜପତିରେ ଜିଲ୍ଲା ସ୍ତରୀୟ ପ୍ରଥମ ବିଶ୍ୱ ଓଡ଼ିଆ ଭାଷା ସାହିତ୍ୟ ସମ୍ମିଳନୀ !!!

Spread the love

ଗଜପତି ( ଆୱାଜ ମିଡ଼ିଆ ) – ବିବେକାନନ୍ଦ ବେହେରା : ଓଡ଼ିଶା ବିଦ୍ୟାଳୟ ଶିକ୍ଷା ପ୍ରାଧିକରଣ କର୍ତ୍ତୃପକ୍ଷ (ଓସେପା) ଓ ଜିଲ୍ଲା ଶିକ୍ଷାଧିାରୀଙ୍କ ଆନୁକୁଲ୍ୟରେ ସ୍ଥାନୀୟ ମହାରାଜାଙ୍କ ବାଳକ ଉଚ୍ଚ ବିଦ୍ୟାଳୟ ଠାରେ ମହା ଆଡମ୍ବରରେ ପାଳନ ହୋଇ ଯାଇଛି। ଏହି ଅବସରରେ ଜିଲ୍ଲାର ବିଭିନ୍ନ ବ୍ଲକରୁ ଆସିଥିବା ଭାଷା ସାହିତ୍ୟର ପ୍ରଦର୍ଶନୀ ଓ ପୁସ୍ତକ ପ୍ରଦର୍ଶିତ ହୋଇଥିଲା ।ଏହି କାର୍ଯ୍ୟକ୍ରମକୁ ଅତିରିକ୍ତ ଜିଲ୍ଲା ଶିକ୍ଷା ଅଧିକାରୀ ଶ୍ରୀ ମନୋଜ ରଞ୍ଜନ ଦଳାଇ ପ୍ରଦୀପ ପ୍ରଜ୍ଜ୍ୱଳନ କରି ଉଦ୍ଘାଟନ କରିଥିଲେ ଏବଂ ପରେ ପରେ ବିଭିନ୍ନ ବ୍ଲକ୍ ରୁ ବିଦ୍ୟାଳୟ ମାନଙ୍କରୁ ଆସିଥିବା ଛାତ୍ର ଛାତ୍ରୀ ମାନଙ୍କ ମଧ୍ୟରେ ବରିଷ୍ଠ ଓ କନିଷ୍ଠ ବର୍ଗରେ ଓଡ଼ିଆ ଭାଷା ସାହିତ୍ୟକୁ ନେଇ ଚିତ୍ରାଙ୍କନ,ବିତର୍କ ଓ କୁଇଜ୍ ପ୍ରତିଯୋଗୀତା ଅନୁଷ୍ଠିତ ହୋଇଥିଲା।ଜିଲ୍ଲାପାଳ ଶ୍ରୀଯୁକ୍ତ ସ୍ମୃତି ରଞ୍ଜନ ପ୍ରଧାନ ମୁଖ୍ୟ ଅତିଥି ଭାବେ ଯୋଗ ଦେଇ ଭାଷାର ବିକାଶ ଓଡ଼ିଆ ଭାଷା ମାଧ୍ୟମରେ ପିଲା ମାନଙ୍କ ଭିତରେ କଥାବାର୍ତ୍ତା ଶୁଦ୍ଧ ଓଡ଼ିଆ ଭାଷା କହିବା ଲେଖିବା ପଢିବା ଓ ପଲିଥିନ ବ୍ୟବହାର ନ କରିବା ଗୁରୁତ୍ୱାରୋପ କରିଥିଲେ। ଜିଲ୍ଲା ଶିକ୍ଷା ଅଧିକାରୀ ଶ୍ରୀ ପ୍ରଦୋଷ କୁମାର ନାୟକ ସମ୍ମାନିତ ଅତିଥି ଭାବେ ଯୋଗ ଦେଇ ଛାତ୍ର ଛାତ୍ରୀ ମାନଙ୍କୁ ଓଡ଼ିଆ ଭାଷାର ମହତ୍ତ୍ଵ ଓ ଅସ୍ତିତ୍ବ ବିଷୟରେ ଆଲୋକପାତ କରିଥିଲେ। ସମସ୍ତ କୃତି ପ୍ରତିଯୋଗୀ ମାନଙ୍କୁ ଜିଲ୍ଲାପାଳ ପୁରସ୍କାର ପ୍ରଦାନ କରିଥିଲେ ।

କାର୍ଯ୍ୟକ୍ରମର ଦ୍ଵିତୀୟାର୍ଦ୍ଧରେ ଉପାନ୍ତ ପ୍ରହରୀ ଶ୍ରୀଯୁକ୍ତ ପୂର୍ଣ୍ଣଚନ୍ଦ୍ର ମହାପାତ୍ର , ଓଡ଼ିଆ ସାହିତ୍ୟ ଏକାଡେମୀର ପୂର୍ବତନ ସଦସ୍ୟ ଶ୍ରୀ ବିଚିତ୍ରା ନନ୍ଦ ବେବର୍ତ୍ତା , ଶ୍ରୀମତୀ ଆଶାଲତା ପାଣିଗ୍ରାହୀ , ଶ୍ରୀ ମୁରଲୀ ପରିଚ୍ଛା, ଶ୍ରୀ ସଚ୍ଚିଦାନନ୍ଦ ସାମଲଙ୍କୁ ସମ୍ବର୍ଦ୍ଧିତ କରାଯାଇଥିଲା। ପରବର୍ତ୍ତୀ ସମୟରେ ସମସ୍ତ ଉପସ୍ଥିତ ଛାତ୍ର ଛାତ୍ରୀଙ୍କ ସହିତ ଭାଷା ସାହିତ୍ୟର ଆଲୋଚନା କରାଯାଇଥିଲା ଏବଂ ବିଦ୍ୟାଳୟର ଭାରାପ୍ରାପ୍ତ ପ୍ରଧାନ ଶିକ୍ଷକ ୱାଇ ଧର୍ମା ରାଓ ଛାତ୍ର ମାନଙ୍କୁ ଭାଷା ସାହିତ୍ୟ ,କଳା ସଂସ୍କୃତିର ମହତ୍ତ୍ଵ ଉପରେ ଆଲୋଚନା କରିଥିଲେ। କାର୍ଯ୍ୟକ୍ରମକୁ ବିଦ୍ୟାଳୟର ଶ୍ରୀମତୀ ସୁଲତା ଶୁଭଦର୍ଶିନୀ ଓ ଶିକ୍ଷକ ଶ୍ରୀ ଜଗନ୍ନାଥ ପଟ୍ଟନାୟକ ମଞ୍ଚ ପରିଚାଳନା କରିଥିଲେ। ବିଦ୍ୟାଳୟର ସମସ୍ତ ଶିକ୍ଷକ ଓ ଶିକ୍ଷୟିତ୍ରୀ ତଥା ସମଗ୍ର ଶିକ୍ଷାର ସଂଯୋଜକ ଟି. ସନ୍ତୋଷ ସହଯୋଗ କରିଥିଲେ ।

Exit mobile version