ଗଜପତି ( ଆୱାଜ ମିଡ଼ିଆ ) – ବିବେକାନନ୍ଦ ବେହେରା : ଗଜପତି ଜିଲ୍ଲା ସଦର ମହକୁମା ପାରଳାଖେମୁଣ୍ଡି ସରସ୍ଵତୀ ଶିଶୁ ବିଦ୍ୟା ମନ୍ଦିର ଠାରେ ଜିଲ୍ଲା ସ୍ବାସ୍ଥ୍ୟ ସମିତି, ଗଜପତି ତରଫରୁ ଜିଲ୍ଲା ସ୍ତରୀୟ ଜାତୀୟ କୃମି ନାଶକ ଦିବସ ଉଦ୍ଘାଟନୀ କାର୍ଯ୍ୟକ୍ରମଟି ପାଳିତ ହୋଇଯାଇଛି ! ଏହି ଅବସରରେ ମୁଖ୍ୟ ଅତିଥି ରୂପେ ADM ଗଜପତି ଶ୍ରୀଯୁକ୍ତ ରାଜେନ୍ଦ୍ର ମିଞ୍ଜ, ସମ୍ମାନିତ ଅତିଥି ରୂପେ CDM & PRO Dr. ପ୍ରଦୀପ ପାତ୍ର, ADPMO Dr.ମହେନ୍ଦ୍ର ଭୂୟାଁ, DPM (NHM) MS.ସୌମ୍ୟାରାଣୀ ଗୌଡ ଯୋଗ ଦେଇ କାର୍ଯ୍ୟକ୍ରମର ଶୁଭାରମ୍ଭ କରିଥିଲେ । ଏହି ଅବସରରେ ମୁଖ୍ୟ ଅତିଥି କୃମି ରୋଗ ସମ୍ବନ୍ଧରେ ଛାତ୍ରଛାତ୍ରୀ ମାନଙ୍କୁ ସଚେତନ କରାଇଥିଲେ । ଉକ୍ତ କାର୍ଯ୍ୟକ୍ରମଟି ଜିଲ୍ଲା ସ୍ବାସ୍ଥ୍ୟ ବିଭାଗର ବରିଷ୍ଠ ଅଧିକାରୀ ଶ୍ରୀଯୁକ୍ତ ନେତ୍ରାନନ୍ଦ ଶତପଥିଙ୍କ ସଂଯୋଜନାରେ ତଥା ବିଦ୍ୟାଳୟର ପ୍ରଧାନାଚାର୍ଯ୍ୟ ଶ୍ରୀଯୁକ୍ତ ସରୋଜ କୁମାର ପଣ୍ଡାଙ୍କ ଓ ଅନ୍ୟ ଆଚାର୍ଯ୍ୟ ଆଚାର୍ଯ୍ୟାଙ୍କ ସହଯୋଗରେ ସମ୍ପାଦିତ ହୋଇଥିଲା ।
ଜିଲ୍ଲା ସ୍ତରୀୟ କୃମି ନାଶକ ଦିବସ !!!

