ଯାଜପୁର ( ଆୱାଜ ମିଡ଼ିଆ ) – ଜିଜ୍ଞାସୁ ସାହୁ : ସୁକିନ୍ଦା ଥାନା ଅନ୍ତର୍ଗତ ବାମ୍ବିଲୋ ପାଖ ଜଙ୍ଗଲ ମଧ୍ୟରୁ ଜଣେ ମହିଳାଙ୍କ ଝୁଲନ୍ତା ମୃତ ଦେହ ଉଦ୍ଧାର ହୋଇଛି । ସୂଚନା ମୁତାବକ ବାମ୍ବିଲୋ ଗ୍ରାମ ପାଖ ଜଙ୍ଗଲ ମଧ୍ୟରେ , ବାମ୍ବିଲୋ ଗ୍ରାମର ଲାଲୁ ଦେହୁରୀଙ୍କ ସ୍ତ୍ରୀ ଦିପା ଦେହୁରିଙ୍କର ମୃତଦେହ ଝୁଲନ୍ତା ଅବସ୍ଥାରେ ଥିବା ସ୍ଥାନୀୟ ଲୋକେ ଦେଖି ସୁକିନ୍ଦା ପୋଲିସକୁ ସୂଚନା ଦେଇଥିଲେ । ସୁକିନ୍ଦା ପୋଲିସ ସୂଚନା ପାଇ ସାଇଣ୍ଟଫିକ ଟିମ୍ ସହ ଘଟଣାସ୍ଥଳରେ ପହଞ୍ଚି ଶବ ଜବତ କରି ବ୍ୟବଚ୍ଛେଦ ପାଇଁ ଦାନଗଦି ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରକୁ ପଠାଇଛି । ଦିପା ଦେହୁରିଙ୍କର ମୃତ୍ୟୁର କାରଣ ଅସ୍ପଷ୍ଟ ଥିବା ବେଳେ ସୁକିନ୍ଦା ପୋଲିସ ଏକ ମାମଲା ରୁଜ୍ଜୁ କରି ଘଟଣାର ତଦନ୍ତ ଜାରି ରଖିଥିବା ସୁକିନ୍ଦା ଥାନାର ଭାରପ୍ରାପ୍ତ ଅଧିକାରି ବାମଦେବ ନନ୍ଦଙ୍କ ପକ୍ଷରୁ ସୂଚନା ମିଳିଛି ।
ବାମ୍ବିଲୋ ପାଖ ଜଙ୍ଗଲ ମଧ୍ୟରୁ ମହିଳାଙ୍କ ଝୁଲନ୍ତା ମୃତ ଦେହ ଉଦ୍ଧାର !!!

