Site icon Awaj Media

ଗଜପତି ଜିଲ୍ଲାରେ ୨ ଗୋଟି ଆମ ହସ୍ପିଟାଲ ରୂପାନ୍ତରୀକରଣର ଶୁଭ ଉଦଘାଟନ !!!

Spread the love

ଗଜପତି ( ଆୱାଜ ମିଡ଼ିଆ ) – ବିବେକାନନ୍ଦ ବେହେରା : ଗଜପତି ଜିଲ୍ଲାର ଦୁଇ ଗୋଟି ଆମ ହସପିଟାଲ ତଥା ଜିଲ୍ଲା ମୁଖ୍ୟ ଚିକିତ୍ସାଳୟ ପାରଳାଖେମୁଣ୍ଡି ଓ ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ର ରାମଗିରିକୁ ଓଡ଼ିଶାର ମାନ୍ୟବର ମୁଖ୍ୟମନ୍ତ୍ରୀ ଶ୍ରୀଯୁକ୍ତ ନବୀନ ପଟ୍ଟନାୟକ ଆଭାସି ମାଧ୍ୟମରେ ଶୁଭ ଉଦଘାଟନ କରିଛନ୍ତି। ଜିଲ୍ଲା ମୁଖ୍ୟ ଚିକିତ୍ସାଳୟ ପାରଳାଖେମୁଣ୍ଡିର ୫ କୋଟି ୬୮ ଲକ୍ଷ ୮୧ ହଜାର ଟଙ୍କାରେ ରୂପାନ୍ତରୀକରଣ କରାଯାଇଛି ଓ ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ର ଚନ୍ଦ୍ରଗିରିର ୨ କୋଟି ୭୮ ଲକ୍ଷ ଟଙ୍କାରେ ରୂପାନ୍ତରୀକରଣ କରାଯାଇଛି। ହସ୍ପିଟାଲ ରୂପାନ୍ତରୀକରଣ ହେବା ଦ୍ବାରା ଜିଲ୍ଲାର ସମସ୍ତ ଜନସାଧାରଣ ବହୁତ ଉପକୃତ ହେବେ।ଏହି ଉଦଘାଟନ ଉତ୍ସବରେ ମୁଖ୍ୟ ଅତିଥି ଭାବରେ ମାନ୍ୟବର ବ୍ରହ୍ମପୁର ସାଂସଦ ଶ୍ରୀଯୁକ୍ତ ଚନ୍ଦ୍ର ଶେଖର ସାହୁ ଯୋଗ ଦେଇଥିବା ବେଳେ ସମ୍ମାନିତ ଅତିଥି ଭାବରେ ଶ୍ରୀମତୀ ନିର୍ମଳା ସେଠୀ, ଅଧ୍ୟକ୍ଷା,ପୌର ପରିଷଦ ପାରଳାଖେମୁଣ୍ଡି ଓ ଜିଲ୍ଲାପାଳ ଶ୍ରୀଯୁକ୍ତ ସ୍ମୃତି ରଞ୍ଜନ ପ୍ରଧାନ ଯୋଗଦେଇଥିଲେ।ଏହି ଉତ୍ସବରେ ଗଜପତି ଆରକ୍ଷୀ ଅଧିକ୍ଷକ ସୁଶ୍ରୀ ସ୍ଵାତୀ ଏସ କୁମାର, ମୁଖ୍ୟ ଉନ୍ନୟନ ଅଧିକାରୀ ଜିଲ୍ଲାପରିଷଦ ଡ଼.ଗୁଣନିଧି ନାୟକ, ଜିଲ୍ଲା ମୁଖ୍ୟ ଚିକିତ୍ସାଧିକାରୀ ଡାକ୍ତର ପ୍ରଦୀପ କୁମାର ପାତ୍ର ସମେତ ବିଭିନ୍ନ ବିଭାଗର ଜିଲ୍ଲାସ୍ତରୀୟ ଅଧିକାରୀ, ଜନ ପ୍ରତିନିଧି ଗଣ ସମେତ ବହୁ ସ୍ଵୟଂ ସହାୟକ ଗୋଷ୍ଠୀର ସଦସ୍ୟ ପ୍ରମୁଖ ଉପସ୍ଥିତ ଥିଲେ ।

Exit mobile version