ଭୁବନେଶ୍ୱର ( ଆୱାଜ ମିଡ଼ିଆ ) – ନିରଞ୍ଜନ ସାହୁ : ଓଡ଼ିଶା ଖଦୀ ଓ ଗ୍ରାମୋଦ୍ୟୋଗ ବୋର୍ଡ ସଭାପତି ସଂଗ୍ରାମ କେଶରୀ ପାଇକରାୟ ଏବଂ ମମତା ପାଇକରାୟ ଙ୍କ ବିବାହ ବାର୍ଷିକୀ ଅବସରରେ ରାଜଧାନୀ ଡ଼ାକ୍ତରଖାନା ରକ୍ତ କେନ୍ଦ୍ର ପରିସରରେ ଏକ ରକ୍ତଦାନ ଶିବିର ଆୟୋଜିତ ହୋଇଥିଲା । ଏହି ଶିବିରକୁ ରାଜଧାନୀ ଡ଼ାକ୍ତରଖାନା ରକ୍ତ କେନ୍ଦ୍ର ଅଧିକାରୀ ଡ ଦେବାଶିଷ ମିଶ୍ର ଉଦ୍ଘାଟନ କରିଥିଲେ । ବିଶିଷ୍ଟ ଗାନ୍ଧୀବାଦୀ ପ୍ରହଲ୍ଲାଦ ସିଂହ, କଳିଙ୍ଗ ଐତିହ ସୁରକ୍ଷା ମଞ୍ଚ ର ସମ୍ପାଦକ ଚିତରଞ୍ଜନ ମହାନ୍ତି, ଶିକ୍ଷାବିତ୍ ପ୍ରମୋଦ ପାଢ଼ୀ ଯୋଗଦେଇ ରକ୍ତଦାତାଙ୍କୁ ଉତ୍ସାହିତ କରିଥିଲେ । ବିଭୂତି ଭୂଷଣ ସାହୁ, ଲଲାଟ ସାହୁ, ଗୁନୁ ଆଚାର୍ଯ୍ୟ, ଚନ୍ଦ୍ରକାନ୍ତ ଭୋଇ ପ୍ରମୁଖ ଶିବିର ପରିଚାଳନା କରିଥିଲେ । ଶିବିର ରୁ ୨୦ ୟୁନିଟ ରକ୍ତ ସଂଗୃହୀତ ହୋଇଥିଲା ।
ବିବାହ ବାର୍ଷିକୀ ରେ ରକ୍ତଦାନ ଶିବିର !!!

