ନୟାଗଡ଼ ଜିଲ୍ଲାରେ ନିର୍ବାଚନ ପ୍ରାକ୍ ପ୍ରସ୍ତୁତି ଉପରେ ସମୀକ୍ଷା !!!

Spread the love

ନୟାଗଡ ( ଆୱାଜ ମିଡ଼ିଆ ) – ବିଶ୍ବଭୂଷଣ ମହାପାତ୍ର : ଓଡ଼ିଶାର ଅତିରିକ୍ତ ନିର୍ବାଚନ ଅଧିକାରୀ ଶତୃଘ୍ନ କର ଜିଲ୍ଲାପାଳଙ୍କ ସଦ୍‌ଭାବନା ସଭାଗୃହରେ ନୟାଗଡ଼ ଜିଲ୍ଲାରେ ନିର୍ବାଚନ ପ୍ରାକ୍ ପ୍ରସ୍ତୁତି ଉପରେ ସମୀକ୍ଷା କରିଥିଲେ । ପ୍ରଥମେ ଶ୍ରୀ କର ନୟାଗଡ଼ ଜିଲ୍ଲାରେ ବୁଥ୍ , ପୋଷ୍ଟାଲ ବ୍ୟାଲେଟ୍ , ଯାନ, ଟ୍ରେନିଂ ପ୍ରୋଗ୍ରାମ, ଏମ.ସି.ଏମ.ସି., ଏମ.ସି.ସି., ପୋଲିସ ମାଜିଷ୍ଟ୍ରେଟ୍ ସମନ୍ଵୟ ଉପରେ ସମୀକ୍ଷା କରିଥିଲେ । ଏହି ବୈଠକରେ ଜିଲ୍ଲାପାଳ ତଥା ଜିଲ୍ଲା ନିର୍ବାଚନ ଅଧିକାରୀ ସୁଧା ଦେବ ସିଂ ନିର୍ବାଚନ ସମ୍ବନ୍ଧୀୟ ସନ୍ଦେହ ଗୁଡ଼ିକ ପଚାରି ବୁଝିଥିଲେ । ଅନ୍ୟମାନଙ୍କ ମଧ୍ୟରେ ଅତିରିକ୍ତ ଜିଲ୍ଲାପାଳ ତଥା ରିଟର୍ନିଙ୍ଗ ଅଧିକାରୀ ଦିଲିପ କୁମାର ବଳ, ଅତିରିକ୍ତ ଜିଲ୍ଲାପାଳ ତଥା ରିଟର୍ନିଙ୍ଗ ଅଧିକାରୀ ରୋଜିନା ଦାସ, ମୁଖ୍ୟ ଉନ୍ନୟନ ଅଧିକାରୀ ତଥା ରିଟର୍ନିଙ୍ଗ ଅଧିକାରୀ ଦେବଦତ୍ତ ପଣ୍ଡା, ଉପଜିଲ୍ଲାପାଳ ତଥା ରିଟର୍ନିଙ୍ଗ ଅଧିକାରୀ କର୍ଣ୍ଣଦେବ ସମାଦାର, ଅତିରିକ୍ତ ଆରକ୍ଷୀ ଅଧ୍ୟକ୍ଷକ ରମାକାନ୍ତ ପଣ୍ଡା, ଡେପୁଟୀ କଲେକ୍ଟର (ନିର୍ବାଚନ) ଅଭିଜିତ୍ ଷଡ଼ଙ୍ଗୀ, ଆଂଚଳିକ ପରିବହନ ଅଧିକାରୀ ପ୍ରଶାନ୍ତ କୁମାର ପରିଡ଼ା, ସମସ୍ତ ନୋଡାଲ ଅଧିକାରୀ, ତହସିଲଦାର ନୟାଗଡ଼ ବୈଠକରେ ଉପସ୍ଥିତ ଥିଲେ ।

Leave a Reply

Your email address will not be published. Required fields are marked *