Site icon Awaj Media

ଦୋଳ ଉତ୍ସବ ଦ୍ୱିତୀୟ ସନ୍ଧ୍ୟାରେ ସାଂସ୍କୃତିକ କାର୍ଯ୍ୟକ୍ରମ ପରିବେଷଣ !!!

Spread the love

ଗଜପତି ( ଆୱାଜ ମିଡ଼ିଆ ) – ବିବେକାନନ୍ଦ ବେହେରା : ଗଜପତି ଜିଲ୍ଲା ସଦର ମହକୁମା ପାରଳାଖେମୁଣ୍ଡି ଦୋଳ ପୂର୍ଣ୍ଣିମା ଯାତ୍ରାର ଦ୍ୱିତୀୟ ସନ୍ଧ୍ୟାରେ ଠାକୁର ସହର ପରିକ୍ରମା କରିବା ପରେ ଦୋଳ ମଣ୍ଡପ ଠାରେ ପୂଜାର୍ଚ୍ଚନା କରାଯାଇଥିଲା । ପୂଜାର୍ଚ୍ଚନା ପରେ ବୋଷ ପ୍ଲେ ସ୍କୁଲ , ସମଲାଇ ନୃତ୍ୟ କଳା ପରିଷଦ ଓ ଭକ୍ତି ସଙ୍ଗୀତ ତରଙ୍ଗ ସଂସଦ ଦ୍ବାରା ସାଂସ୍କୃତିକ କାର୍ଯ୍ୟକ୍ରମ ପରିବେଷଣ କରାଯାଇଥିଲା । ଶେଷରେ ଅତିଥି ମାନଙ୍କ ଦ୍ୱାରା ପୁରସ୍କାର ଓ ପ୍ରମାଣପତ୍ର ପ୍ରଦାନ କରାଯାଇଥିଲା । ଏହି କାର୍ଯ୍ୟକ୍ରମକୁ ମୁଖ୍ୟ ଅତିଥି ଭାବେ ସରସ୍ୱତୀ ଶିଶୁ ଵିଦ୍ୟାମନ୍ଦିରର ପ୍ରଧାନ ଆଚାର୍ଯ୍ୟ ସରୋଜ ପଣ୍ଡା ଆନୁଷ୍ଠାନିକ ଭାବେ ଉଦଘାଟନ କରିଥିଲେ । ଅନୁଷ୍ଠାନର ସଭାପତି ବିନୋଦ ଚନ୍ଦ୍ର ଜେନା, ଶିକ୍ଷାବିତ୍ ବିଚିତ୍ରାନନ୍ଦ ବେବର୍ତ୍ତା, ଶୁଭ୍ରାଂଶୁ ଶେଖର ପଟ୍ଟନାୟକ ଦୋଳତ୍ସବ କମିଟିର ସଦସ୍ୟ ଉପସ୍ଥିତ ଥିଲେ ।

Exit mobile version