ଜିଲ୍ଲା ସ୍ତରୀୟ ୮୯ ତମ ଓଡିଶା ଦିବସ ପାଳିତ !!!

Spread the love

ଗଜପତି ( ଆୱାଜ ମିଡ଼ିଆ ) – ବିବେକାନନ୍ଦ ବେହେରା : ଗଜପତି ଜିଲ୍ଲା ସ୍ତରୀୟ ୮୯ତମ ଓଡିଶା ଦିବସ ସାଧାରଣ ନିର୍ବାଚନର ଆଦର୍ଶ ଆଚରଣ ବିଧି ଅନୁପାଳନ କରି ଓଡିଶା ଦିବସ ପାଳିତ ହୋଇଯାଇଛି | ସକାଳରେ ଗଜପତି ଜିଲ୍ଲାପାଳ ଶ୍ରୀଯୁକ୍ତ ସ୍ମୃତି ରଞ୍ଜନ ପ୍ରଧାନ, ଅତିରିକ୍ତ ଜିଲ୍ଲାପାଳ ଶ୍ରୀଯୁକ୍ତ ବୀରେନ୍ଦ୍ର କୁମାର ଦାସ, ମୁଖ୍ୟ ଉନ୍ନୟନ ଅଧିକାରୀ ଡ଼.ଗୁଣନିଧି ନାୟକ,ଅତିରିକ୍ତ ନିର୍ବାହୀ ଅଧିକାରୀ ଶ୍ରୀଯୁକ୍ତ ପୃଥ୍ଵୀରାଜ ମଣ୍ଡଳ, ଉପ-ଜିଲ୍ଲାପାଳ ପାରଳାଖେମୁଣ୍ଡି ଶ୍ରୀ ଅନୁପ ପଣ୍ଡା ଓ ସ୍ଥାନୀୟ ତହସିଲଦାର ଶ୍ରୀଯୁକ୍ତ ନାରାୟଣ ବେହେରା ସମେତ ସମସ୍ତ ଜିଲ୍ଲା ସ୍ତରୀୟ ଅଧିକାରୀ ଶିକ୍ଷକ ଶିକ୍ଷୟିତ୍ରୀ,ପ୍ରମୁଖ ଉପସ୍ଥିତ ରହି ଓଡ଼ିଶାର ବରପୁତ୍ରମାନଙ୍କର ପ୍ରତିମୂର୍ତ୍ତିରେ ପୁଷ୍ପମାଲ୍ୟ ଅର୍ପଣ କରି ସେମାନଙ୍କୁ ଭକ୍ତିପୂତ ଶ୍ରଦ୍ଧାଞ୍ଜଳି ଅର୍ପଣ କରିଥିଲେ।ପରେ ମହାରାଜାଙ୍କ ବାଳକ ଉଚ୍ଚ ବିଦ୍ୟାଳୟ ଠାରେ ସାଧାରଣ ସଭା ଅନୁଷ୍ଠିତ ହୋଇଥିଲା | ଉକ୍ତ ସଭାରେ ମୁଖ୍ୟ ଅତିଥି ଭାବେ ମାନ୍ୟବର ଜିଲ୍ଲାପାଳ ଶ୍ରୀଯୁକ୍ତ ସ୍ମୃତି ରଞ୍ଜନ ପ୍ରଧାନ ଯୋଗଦେଇ ୧୯୩୬ ମସିହା ଅପ୍ରେଲ ୧ ତାରିଖ ଆଜିର ଦିନରେ ସମସ୍ତ ଓଡ଼ିଆଙ୍କ ପାଇଁ ଗର୍ବ ଓ ଗୌରବର ଦିନ ଏବଂ ମହାରାଜ ଶ୍ରୀ କୃଷ୍ଣ ଚନ୍ଦ୍ର ଗଜପତିଙ୍କ ଓଡ଼ିଶା ପ୍ରଦେଶ ଗଠନ କରିବା ମୁଖ୍ୟ ଭୂମିକା ବୋଲି କହିଥିଲେ। ମୁଖ୍ୟବକ୍ତା ଭାବରେ ଡ଼.ଗୁଣନିଧି ନାୟକ, ମୁଖ୍ୟ ଉନ୍ନୟନ ଅଧିକାରୀ ଜିଲ୍ଲା ପରିଷଦ ଗଜପତି ଯୋଗଦେଇ ଭାଷା ଭିତ୍ତିରେ ଓଡିଶା ସମଗ୍ର ଦେଶର ପ୍ରଥମ ରାଜ୍ୟ | ଉତ୍କଳ ଗୌରବ ମଧୁସୂଦନ ଦାସଙ୍କ ନେତୃତ୍ୱରେ ଓଡ଼ିଆ ଭାଷାଭାଷୀ ଅଞ୍ଚଳ ଗୁଡିକର ଏକତ୍ରୀ କରଣକୁ ନେଇ ଚାଲିଥିଲା ପ୍ରଚେଷ୍ଟା | ଶେଷରେ ସଫଳ ହୋଇଥିଲା ୧୯୩୬ ମସିହା ଅପ୍ରେଲ ୧ ତାରିଖ ଆଜିର ଦିନରେ ସମସ୍ତ ଓଡ଼ିଆଙ୍କ ପାଇଁ ଗର୍ବ ଓ ଗୌରବର ଦିନ ବୋଲି କହିଥିଲେ । ଓଡ଼ିଶା ପ୍ରଦେଶ ଗଠନ କରିବା ରେ ଗଜପତି ଜିଲ୍ଲା ରାଜ୍ୟ ତଥା ଦେଶରେ ସ୍ୱତନ୍ତ୍ର ସ୍ଥାନ ବଜାୟ ରଖିଛି | ସ୍ୱତନ୍ତ୍ର ପ୍ରଦେଶ ଗଠନ ସହ ଓଡ଼ିଆଙ୍କ ସ୍ୱାଭିମାନକୁ ବଜାୟ ରଖିବା ଗଜପତି ମହାରାଜାଙ୍କ ଭୂମିକା ଗୁରୁତ୍ୱପୂର୍ଣ୍ଣ ଅଟେ ଓ ଓଡ଼ିଆ ଜାତିକୁ ସର୍ବାଗ୍ରେ ପହଞ୍ଚାଇବା ସହ ଲୋକଙ୍କ ମଧ୍ୟରେ ଜନଜାଗରଣ ସୃଷ୍ଟି କରିବାରେ ଏହି ପାରଳାଖେମୁଣ୍ଡି ସହର ଭୂମିକା ଗୁରୁତ୍ୱପୂର୍ଣ୍ଣ ବୋଲି କହିଥିଲେ | ଅତିରିକ୍ତ ଜିଲ୍ଲାପାଳ ଶ୍ରୀଯୁକ୍ତ ବୀରେନ୍ଦ୍ର କୁମାର ଦାସ,ଅତିରିକ୍ତ ନିର୍ବାହୀ ଅଧିକାରୀ ଜିଲ୍ଲା ପରିଷଦ ଗଜପତି ଶ୍ରୀଯୁକ୍ତ ପୃଥ୍ଵୀରାଜ ମଣ୍ଡଳ, ଉପ-ଜିଲ୍ଲାପାଳ ପାରଳାଖେମୁଣ୍ଡି ଶ୍ରୀ ଅନୁପ ପଣ୍ଡା ଓ ଜିଲ୍ଲା ଶିକ୍ଷଧିକାରୀ ଗଜପତି ଡ଼.ମାୟାଧର ସାହୁ ପ୍ରମୁଖ ଯୋଗଦେଇ ଓଡିଶା ଗଠନରେ ପାରଳାଖେମୁଣ୍ଡିର ଅବଦାନ ସମ୍ପର୍କରେ ଆଲୋକପାତ କରିଥିଲେ ଏହି ଉତ୍ସବରେ ସ୍ଥାନୀୟ ତହସିଲଦାର ଶ୍ରୀ ନାରାୟଣ ବେହେରା,ପାରଳା ପୌର ପରିଷଦ ନିର୍ବାହୀ ଅଧିକାରୀ ଶ୍ରୀଯୁକ୍ତ ପ୍ରଦୋଷ ଖିଲ ,ସ୍ଥାନୀୟ ଭାରପ୍ରାପ୍ତ ପ୍ରଧାନ ଶିକ୍ଷକ ଶ୍ରୀ Y.ଧାର୍ମା ରାଓ, ଜିଲ୍ଲା ସଂସ୍କୃତି ଅଧିକାରୀ ସୁଶ୍ରୀ ଅର୍ଚ୍ଚନା କୁମାରୀ ମଙ୍ଗରାଜ ,ଜିଲ୍ଲା ସୂଚନା ଓ ଲୋକସମ୍ପର୍କ ଅଧିକାରୀ ପ୍ରଦୀପ୍ତ ଗୁରୁମଇ, ଜିଲ୍ଲା ଶିଶୁ ସୁରକ୍ଷା ଅଧିକାରୀ ଶ୍ରୀ ଅରୁଣ କୁମାର ତ୍ରିପାଠୀ,ସ୍ଥାନୀୟ ବିଦ୍ୟାଳୟର ଶିକ୍ଷକ ଶ୍ରୀ ଜଗନ୍ନାଥ ପଟ୍ଟନାୟକଙ୍କ ସମସ୍ତ ଜିଲ୍ଲା ସ୍ତରୀୟ ଅଧିକାରୀ, ସହରର ବିଭିନ୍ନ ବିଦ୍ୟାଳୟର ଛାତ୍ର ଛାତ୍ରୀ, ଶିକ୍ଷକ ଶିକ୍ଷୟିତ୍ରୀ ପ୍ରମୁଖ ଉପସ୍ଥିତ ଥିଲେ। ଜିଲ୍ଲା ସୂଚନା ଓ ଲୋକସମ୍ପର୍କ କାର୍ଯ୍ୟାଳୟର ବରିଷ୍ଠ କର୍ମଚାରୀ ଶ୍ରୀ ନରସିଂହ ବାଜବନ୍ଧୁ ସମସ୍ତ କାର୍ଯ୍ୟକ୍ରମକୁ ସହଯୋଗ କରିଥିଲେ।

Leave a Reply

Your email address will not be published. Required fields are marked *