ଅଖିଳ ଭାରତୀୟ ସାହିତ୍ୟ ପରିଷଦ ପକ୍ଷରୁ ୮୯ ତମ ଓଡ଼ିଶା ଦିବସ ପାଳିତ !!!

Spread the love

ଗଜପତି ( ଆୱାଜ ମିଡ଼ିଆ ) – ବିବେକାନନ୍ଦ ବେହେରା : ଗଜପତି ଜିଲ୍ଲା ସଦର ମହକୁମା ପାରଳାଖେମୁଣ୍ଡି ସ୍ଥିତ ସରସ୍ଵତୀ ଶିଶୁ ବିଦ୍ୟା ମନ୍ଦିର ପାରଳାଖେମୁଣ୍ଡି ଠାରେ ୮୯ ତମ ଅଖିଳ ଭାରତୀୟ ସାହିତ୍ୟ ପରିଷଦ ଗଜପତି ଜିଲ୍ଲା ଶାଖା ମହେନ୍ଦ୍ରତନୟା ସାହିତ୍ୟ ସଂସଦ ପକ୍ଷରୁ ଓଡିଶା ଦିବସ ପାଳିତ ହୋଇଯାଇଛି । ଏହି ଅବସରରେ ମୁଖ୍ୟ ଅତିଥି ଭାବେ ଗଜପତି ବିଶିଷ୍ଟ ଗବେଷକ ଉପାନ୍ତ ପ୍ରହରୀ ପୂର୍ଣ୍ଣଚନ୍ଦ୍ର ମହାପାତ୍ର, ସମ୍ମାନିତ ଅତିଥି ରୂପେ ଅବସରପ୍ରାପ୍ତ ଇଂଜିନିୟର ସଞ୍ଜୟ ଜେନା ଯୋଗ ଦେଇଥିଲେ । ମହେନ୍ଦ୍ରତନୟା ସାହିତ୍ୟ ସଂସଦ, ସହ-ସମ୍ପାଦିକା ସ୍ନିଗ୍ଧା ମିଶ୍ର ଅତିଥିଙ୍କ ପରିଚୟ ପ୍ରଦାନ କରିଥିଲେ । ସମ୍ପାଦକ ସରୋଜ କୁମାର ପଣ୍ଡା ସଂସଦର ଭବିଷ୍ୟତ କାର୍ଯ୍ୟକ୍ରମ ସମ୍ବନ୍ଧରେ ଜଣାଇଥିଲେ । ଏହି ଅବସରରେ ସହରର ଅନେକ ସାହିତ୍ୟ ପ୍ରେମୀ ଉକ୍ତ କାର୍ଯ୍ୟକ୍ରମରେ ଯୋଗ ଦେଇଥିଲେ । ମୁଖ୍ୟ ଅତିଥି ଶ୍ରୀ ମହାପାତ୍ର ସ୍ଵତନ୍ତ୍ର ଓଡ଼ିଶା ପ୍ରଦେଶ ଗଠନର ସଂଘର୍ଷମୟ ସୁଦୀର୍ଘ ଇତିହାସ ବିଷୟରେ ଆଲୋକପାତ କରିବା ସଙ୍ଗେ ସଙ୍ଗେ ଦୈନନ୍ଦିନ ଜୀବନର ଓଡ଼ିଆ ଭାଷାର ବହୁଳ ମାତ୍ରାରେ ବ୍ୟବହାର କରିବା ପାଇଁ ଆହ୍ବାନ କରିଥିଲେ । ଏହି ଅବସରରେ ଏକ ସାଂସ୍କୃତିକ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା । ଶେଷରେ ଗୋପାଳକୃଷ୍ଣ ପଣ୍ଡିତ ଧନ୍ୟବାଦ ଅର୍ପଣ କରିଥିଲେ । କାର୍ଯ୍ୟକ୍ରମକୁ ଅଖିଳ ଭାରତୀୟ ସାହିତ୍ୟ ପରିଷଦର ଆଜୀବନ ସଦସ୍ୟ ଓ ସରସ୍ଵତୀ ଶିଶୁ ବିଦ୍ୟା ମନ୍ଦିରର ଗୁରୁଜୀ, ଗୁରୁମାଙ୍କର ସହଯୋଗରେ ପରିଚାଳନା କରାଯାଇଥିଲା ।

Leave a Reply

Your email address will not be published. Required fields are marked *