ଅଖିଳ ଭାରତୀୟ ସାହିତ୍ୟ ପରିଷଦ ପକ୍ଷରୁ ରାଷ୍ଟ୍ରୀୟ ନବ ବର୍ଷ ପାଳିତ !!!

Spread the love

ଗଜପତି ( ଆୱାଜ ମିଡ଼ିଆ ) – ବିବେକାନନ୍ଦ ବେହେରା : ଗଜପତି ଜିଲ୍ଲା ସଦର ମହକୁମା ପାରଳାଖେମୁଣ୍ଡି ସ୍ଥିତ ଅଖିଳ ଭାରତୀୟ ସାହିତ୍ୟ ପରିଷଦର ଗଜପତି ଜିଲ୍ଲା ଶାଖା ମହେନ୍ଦ୍ରତନୟା ସାହିତ୍ୟ ସଂସଦ ପକ୍ଷରୁ ଚୈତ୍ର ଶୁକ୍ଳ ପ୍ରତିପଦା ଉପଲକ୍ଷେ ସ୍ଥାନୀୟ ଭକ୍ତି ସଙ୍ଗୀତ ସଂସଦ ଠାରେ ରାଷ୍ଟ୍ରୀୟ ନବ ବର୍ଷ ଉତ୍ସବ ପାଳିତ ହୋଇଯାଇଛି । ସଂସଦର ସଭାପତି ଶ୍ରୀମତୀ ଆଶାଲତା ପାଣିଗ୍ରାହୀଙ୍କ ଅଧ୍ୟକ୍ଷତାରେ ଆୟୋଜିତ ସଭାରେ ପୂର୍ଣ୍ଣଚନ୍ଦ୍ର ରଥ ମୁଖ୍ୟ ଅତିଥି ଓ ମହନ୍ତ ରାମାନନ୍ଦ ଦାଶ ମୁଖ୍ୟ ବକ୍ତା ଭାବେ ଯୋଗ ଦେଇ ହିନ୍ଦୁ ନବ ବର୍ଷର ତାତ୍ପର୍ଯ୍ୟ ବିଷୟରେ ଆଲୋଚନା କରିଥିଲେ । ଛାତ୍ରୀ କୁମାରୀ ସ୍ନେହା ବେହେରା ନିଜର ବକ୍ତବ୍ୟ ପ୍ରଦାନ କରିଥିବା ବେଳେ ପ୍ରଜ୍ୟୋତି ଚୌଧୁରୀ କବିତା ପାଠ କରିଥିଲେ ।ସଂପାଦକ ସରୋଜ କୁମାର ପଣ୍ଡା ଅତିଥି ପରିଚୟ ପ୍ରଦାନ କରିଥିଲେ ଓ ଶ୍ରୀମତୀ ଇତିଶ୍ରୀ ମହାପାତ୍ର ଧନ୍ୟବାଦ ଅର୍ପଣ କରିଥିଲେ । ସହ ସମ୍ପାଦିକା ଶ୍ରୀମତୀ ସ୍ନିଗ୍ଧା ମିଶ୍ର ଓ ରାଜେନ୍ଦ୍ର କୁମାର ରଥଙ୍କ ସଂଯୋଜନାରେ କାର୍ଯ୍ୟକ୍ରମ ସମ୍ପନ୍ନ ହୋଇଥିଲା । ଏହି କାର୍ଯ୍ୟକ୍ରମରେ ସହରର ଅନେକ ସାରସ୍ବତ ପ୍ରେମୀ ବୁଦ୍ଧିଜୀବୀ ମାନେ ଯୋଗ ଦେଇଥିଲେ ।

Leave a Reply

Your email address will not be published. Required fields are marked *