ଗଜପତି ( ଆୱାଜ ମିଡ଼ିଆ ) – ବିବେକାନନ୍ଦ ବେହେରା : ଗଜପତି ଜିଲ୍ଲା ସଦର ମହକୁମା ପାରଳାଖେମୁଣ୍ଡି ଠାରେ ପାରଳାଖେମୁଣ୍ଡି ନିର୍ବାଚନ ମଣ୍ଡଳୀ ପାଇଁ ପ୍ରାର୍ଥୀ ପତ୍ର ଦାଖଲ କଲେ ଆମୋଦ କୁମାର ବର୍ଦ୍ଧନ । ଫାୟାର ଷ୍ଟେସନ ଛକ ଠାରୁ ନିଜ ସମର୍ଥକଙ୍କ ସହ ଏକ ଶୋଭାଯାତ୍ରାରେ ବାହାରି ଉପ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ଠାରେ ପହଞ୍ଚି ଉପ ଜିଲ୍ଲାପାଳ ତଥା ନିର୍ବାଚନ ଅଧିକାରୀ ଅନୁପ ପଣ୍ଡାଙ୍କୁ ନିଜର ନାମାଙ୍କନ ପତ୍ର ଦାଖଲ କରିଛନ୍ତି ।
ପାରଳାଖେମୁଣ୍ଡି ନିର୍ବାଚନ ମଣ୍ଡଳୀ ପାଇଁ ପ୍ରାର୍ଥୀ ପତ୍ର ଦାଖଲ କଲେ ଆମୋଦ କୁମାର ବର୍ଦ୍ଧନ !!!

