ଗଜପତି ( ଆୱାଜ ମିଡ଼ିଆ ) – ବିବେକାନନ୍ଦ ବେହେରା : ଗଜପତି ଜିଲ୍ଲା ସଦର ମହକୁମା ପାରଳାଖେମୁଣ୍ଡିର ଭଣ୍ଡାରୀ ସାହି ସ୍ଥିତ ଉତ୍କଳ ହିତୈଷୀଣୀ ସଭାଗୃହ ଠାରେ ସ୍ୱତନ୍ତ୍ର ଓଡ଼ିଶା ପ୍ରଦେଶର ନିର୍ମାତା ପୁଣ୍ୟ ଶ୍ଳୋକ ମହାରାଜା ଶ୍ରୀ କୃଷ୍ଣଚନ୍ଦ୍ର ଗଜପତି ନାରାୟଣ ଦେବଙ୍କ ୧୩୩ ତମ ଜୟନ୍ତୀ ପାଳିତ ହୋଇଯାଇଛି । ଏହି କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଅବସର ପ୍ରାପ୍ତ ସହକାରୀ ଆରକ୍ଷୀ ଅଧିକ୍ଷକ ସୁବାସ ଚନ୍ଦ୍ର ଜମାଦାର, ଅବସର ପ୍ରାପ୍ତ ପ୍ରାଧ୍ୟାପକ ନାସିର ବେଗ୍, ଉପାନ୍ତ ପ୍ରହରୀ ପୂର୍ଣ୍ଣଚନ୍ଦ୍ର ମହାପାତ୍ର, ଅନୁଷ୍ଠାନର ସଭାପତି ଭାରତ ଭୂଷଣ ମହାନ୍ତି, ଅଶ୍ୱିନୀ କୁମାର ପାଢୀ , ଭଗବତ ପାଢ଼ୀ ପ୍ରମୁଖ ମଞ୍ଚାସିନ ଥିଲେ । ଅତିଥିଙ୍କ ଦ୍ଵାରା ମହାରାଜାଙ୍କ ଫଟୋ ଚିତ୍ରରେ ପୁଷ୍ପମାଲ୍ୟ ଅର୍ପଣ କରାଯାଇ ପ୍ରଦୀପ ପ୍ରଜ୍ବଳନ କରାଯାଇଥିଲା । ଅତିଥି ମାନେ ନିଜ ନିଜର ବକ୍ତବ୍ୟ ରଖିଥିଲେ । ଅରକ୍ଷିତ ଜେନା , ଭାଗବତ ପାଢ଼ୀ , ଆଶାଲତା ପାଣିଗ୍ରାହୀ, ସୂର୍ଯ୍ୟ ନାରାୟଣ ପଟ୍ଟନାୟକ ପ୍ରମୁଖ ମଞ୍ଚ ପରିଚାଳନା ଓ ସଂଯୋଜନା କରିଥିଲେ ।
ମହାରାଜା ଶ୍ରୀ କୃଷ୍ଣଚନ୍ଦ୍ର ଗଜପତି ନାରାୟଣ ଦେବଙ୍କ ୧୩୩ ତମ ଜୟନ୍ତୀ ପାଳିତ !!!

