Site icon Awaj Media

ବିଜେଡିରୁ ଇସ୍ତଫା ଦେଲେ ଅନୁଭବ ପଟ୍ଟନାୟକ !!!

Spread the love

ନୟାଗଡ ( ଆୱାଜ ମିଡ଼ିଆ ) – ବିଶ୍ବଭୂଷଣ ମହାପାତ୍ର : ବିଜେଡିରୁ ଇସ୍ତଫା ଦେଲେ ଅନୁଭବ ପଟ୍ଟନାୟକ । ବିଜୁ ଜନତା ଦଳର ପ୍ରାଥମିକ ସଦସ୍ୟ ପଦରୁ ଅନୁଭବ ପଟ୍ଟନାୟକ ଇସ୍ତଫା ଦେଇଛନ୍ତି । ନୟାଗଡ ଜିଲ୍ଲା ଖଣ୍ଡପଡ଼ା ବିଧାନସଭା ଆସନରୁ ଟିକେଟ୍ ପାଇବା ନେଇ ଅନୁଭବ ଆଶାୟୀ ଥିଲେ । ମାତ୍ର ଦଳର ସୁପ୍ରିମୋ ତଥା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ସାବିତ୍ରୀ ପ୍ରଧାନଙ୍କୁ ପ୍ରାର୍ଥୀ କରିଥିବା ବେଳେ ଅନୁଭବ ନିରାଶ ହୋଇଛନ୍ତି । ସେ ତାଙ୍କର ଇସ୍ତଫା ପତ୍ର ଦଳର ସଭାପତିଙ୍କ ନିକଟକୁ ପଠାଇ ଦେଇଛନ୍ତି । ଏଥିରେ ସେ ଲେଖିଛନ୍ତି, ମୁଁ ଅତ୍ୟନ୍ତ ଦୁଃଖ ର ସହିତ ଜଣାଇବାକୁ ଚାହୁଁଛି ଯେ, ମୋର ପରିବାର – ମୋର ପିତା ସ୍ବର୍ଗତ ଅରୁଣ ପଟ୍ଟନାୟକ, ୧୯୮୫ରୁ ମହାନ ଜନନାୟକ ବିଜୁ ପଟ୍ଟନାୟକଙ୍କ ନେତୃତ୍ୱରେ, ଏବଂ ମୋ ମା’ ଶ୍ରୀମତୀ ବିଜୟଲକ୍ଷ୍ମୀ ପଟ୍ଟନାୟକ, ତଥା ମୁଁ ବିଜୁ ଜନତା ଦଳର ଆରମ୍ଭରୁ ଦଳ ସହିତ ଜଡ଼ିତ ଅଛୁ । ହେଲେ ଦଳ ମୋ ପ୍ରତି ଅନ୍ୟାୟ କଲା !

Exit mobile version