ବିଜେଡିରେ ଯୋଗଦେଲେ ପୁର୍ବତନ ସରପଞ୍ଚଙ୍କ ପୁଅ ପୁରୁଷୋତ୍ତମ ମହାପାତ୍ର !!!

Spread the love

ନୟାଗଡ଼ ( ଆୱାଜ ମିଡ଼ିଆ ) – ବିଶ୍ବଭୂଷଣ ମହାପାତ୍ର : ନୟାଗଡ଼ ନିର୍ବାଚନ ମଣ୍ଡଳୀ ବିଜୁ ଜନତା ଦଳ ଦିନକୁ ଦିନ ଶକ୍ତିଶାଳୀ ହେବାରେ ଲାଗିଛି । ବିରୋଧୀ ଦଳର ୨୦୦୦ ରୁ ଉର୍ଦ୍ଧ୍ୱ ନେତା ଓ କର୍ମୀ ବିଜେଡିରେ ଯୋଗ ଦେଲେଣି । ଦିନକୁ ଦିନ ଶକ୍ତିହୀନ ହେଉଛନ୍ତି ବିରୋଧୀ । ଆଗାମୀ ନିର୍ବାଚନ ପାଇଁ ପ୍ରାର୍ଥୀ ପତ୍ର ଦାଖଲ କରି ସାରିଲେଣି ନେତା ମାନେ । ଏହି ସମୟରେ ବିଜେଡି ଅଧୀକ ଶକ୍ତିଶାଳୀ ହେବାରେ ଲାଗିଛି । ବିରୋଧୀ ଦଳର ବହୁ ପୁରୁଖା କର୍ମୀ ମାନେ ବିଜେଡିରେ ଯୋଗ ଦେଉଛନ୍ତି । ଯେଉଁଥିପାଇଁ ଚିନ୍ତାରେ ପଡିଛି ବିରୋଧୀ । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ନୀତି ଆଦର୍ଶରେ ଅନୁପ୍ରାଣିତ ହୋଇ ବିଜେଡିରେ ଯୋଗ ଦେଉଛନ୍ତି ବିରୋଧୀ ନେତା । ନୟାଗଡ଼ ବିଧାୟକ ଡ. ଅରୁଣ କୁମାର ସାହୁଙ୍କ ନୀତି ଆଦର୍ଶ ଓ ବିକାଶ ମୁଳକ କାର୍ଯ୍ୟରେ ସନ୍ତୁଷ୍ଟ ହୋଇ ଅନେକ ବିରୋଧୀ ନେତା ବିଜେଡିରେ ଯୋଗ ଦେଉଛନ୍ତି । ଆଜି ବିଜୁ ଜନତା କାର୍ଯ୍ୟାଳୟରେ ଏକ ମିଶ୍ରଣ ପର୍ବ ଅନୁଷ୍ଠିତ ହୋଇଛି । ଇଟାମାଟି ଗ୍ରାମ ପଞ୍ଚାୟତର ଲୋକପ୍ରିୟ ପୂର୍ବତନ ସରପଞ୍ଚ ସ୍ୱର୍ଗତ ଗଙ୍ଗାଧର ମହାପାତ୍ରଙ୍କ କନିଷ୍ଠ ପୁତ୍ର ପୁରୁଷୋତ୍ତମ ମହାପାତ୍ର ବିଜେଡିରେ ଯୋଗ ଦେଇଛନ୍ତି । ଏହି ମିଶ୍ରଣ ପର୍ବରେ ପୁରୀ ଲୋକସଭା ବିଜେଡି ପ୍ରାର୍ଥୀ ଅରୁପ ପଟ୍ଟନାୟକ ଓ ନୟାଗଡ଼ ବିଧାୟକ ଡ. ଅରୁଣ କୁମାର ସାହୁ ତାଙ୍କୁ ସ୍ୱାଗତ କରିଥିଲେ । ଆଗାମୀ ନିର୍ବାଚନରେ ଇଟାମାଟିରେ ବିଜୁ ଜନତା ଦଳ ଅଧୀକ ଶକ୍ତିଶାଳୀ ହେବ ବୋଲି ସେ ପ୍ରକାଶ କରିଥିଲେ । ଆଜିର ଏହି ମିଶ୍ରଣ ପର୍ବରେ ଜିଲ୍ଲା ପରିଷଦ ଆଶିଷ ଅଗ୍ରୱାଲ, ନୟାଗଡ଼ ବ୍ଲକ ବିଜେଡି ସଭାପତି ଅଜିତ୍ ପ୍ରସାଦ ସାହୁ, ପୂର୍ବତନ ସରପଞ୍ଚଙ୍କ ପ୍ରତିନିଧି ଭାଗିରଥି ବାଇ, ସମାଜ ସେବୀ ପ୍ରଫୁଲ୍ଲ ଜେନା, ସ୍ଥାନୀୟ ସରପଞ୍ଚଙ୍କ ପ୍ରତିନିଧିଙ୍କ ସମେତ ଇଟାମାଟି ଗ୍ରାମର ବହୁ ଯୁବ ବିଜେଡି ନେତା ମାନେ ସାମିଲ ହୋଇଥିଲେ ।

Leave a Reply

Your email address will not be published. Required fields are marked *