ବାଲୁଗାଁରେ ବିଜୁ ଜନତା ଦଳ ମହିଳା କର୍ମୀ ସମ୍ମିଳନୀ !!!

Spread the love

ବାଲୁଗାଁ ( ଆୱାଜ ମିଡ଼ିଆ ) – ରାକେଶ ସାହୁ : ବାଲୁଗାଁ ରାମପୁର ଠାରେ ବିଜେଡି ବିଧାୟକ ପ୍ରାର୍ଥୀ ରଘୁନାଥ ସାହୁଙ୍କ କାର୍ଯ୍ୟାଳୟ ଠାରେ ବିଜୁ ଜନତା ଦଳର ମହିଳା କର୍ମୀ ସମ୍ମିଳନୀ ଅନୁଷ୍ଠିତ ହୋଇଯାଇଛି । ବାଲୁଗାଁ ବିଜ୍ଞାପିତ ଅଞ୍ଚଳ ପରିଷଦ ମହିଳା ବିଜୁ ଜନତା ଦଳ ସଭାନେତ୍ରୀ ସୁଜାତା ପଣ୍ଡାଙ୍କ ସଭାପତିତ୍ୱରେ ମହିଳା ମାନଙ୍କୁ ନେଇ ଏହି କର୍ମୀ ସମ୍ମିଳନୀ ଅନୁଷ୍ଠିତ ହୋଇଯାଇଛି । ଉକ୍ତ କର୍ମୀ ସମ୍ମିଳନୀରେ ମୁଖ୍ୟ ଅତିଥି ଭାବେ ପୁରୀ ଲୋକସଭା ସାଂସଦ ପ୍ରାର୍ଥୀ ଅରୁପ ପଟ୍ଟନାୟକ ଓ ଚିଲିକା ବିଧାନସଭା ପ୍ରାର୍ଥୀ ରଘୁନାଥ ସାହୁ ଯୋଗ ଦେଇଥିଲେ । ବିଶ୍ୱ ମାତୃତ୍ୱ ଦିବସରେ ଉଭୟ ସାଂସଦ ଓ ବିଧାୟକ ପ୍ରାର୍ଥି ଉପସ୍ଥିତ ମହିଳାମାନଙ୍କୁ ଶୁଭେଚ୍ଛା ଜଣାଇବା ସହ ରାଜ୍ୟ ସରକାରଙ୍କ ମହିଳାଙ୍କ ପାଇଁ ଉଦ୍ଦିଷ୍ଟ ବିଭିନ୍ନ ଯୋଜନା ସମ୍ବନ୍ଧରେ ଆଲୋଚନା କରିଥିଲେ । ମହିଳାଙ୍କୁ ସଶକ୍ତିକରଣ ତଥା ସ୍ୱାବଲମ୍ବୀ ପାଇଁ ମୁଖ୍ୟମନ୍ତ୍ରୀ ସଦାସର୍ବଦା ପ୍ରୟାସ ଜାରି ରଖିଥିବା ବେଳେ ଆଗାମୀ ଦିନରେ ଆହୁରି ଅନେକ ଯୋଜନା ଉପଲବ୍ଧ ହେବାନେଇ ସାଂସଦ ପ୍ରାର୍ଥି ଶ୍ରୀ ପଟ୍ଟନାୟକ କହିଥିଲେ । ଉକ୍ତ କାର୍ଯ୍ୟକ୍ରମରେ ବାଣପୁର ଏନଏସି ଅଧ୍ୟକ୍ଷ ମିଟୁ ନାୟକ, ବାଲୁଗାଁ ଏନଏସି ଅଧ୍ୟକ୍ଷା ସୁକାନ୍ତି ପାଇକରାୟ, ଉପାଧ୍ୟକ୍ଷ ଭଗବାନ ପ୍ରଧାନ, କାଉନସିଲର ଅଭିମନ୍ୟୁ ସ୍ବାଇଁ, ଲକ୍ଷ୍ମୀଧର ସେଠୀ, ମମତା ପଣ୍ଡା, ସୁଜାତା ପଣ୍ଡା, ଅନିତା ସ୍ବାଇଁ, ଏନଏସି ବିଜେଡି ସଭାପତି ଜୟନ୍ତ ସ୍ବାଇଁ, ପୂର୍ବତନ ମନ୍ତ୍ରୀ ଦେବେନ୍ଦ୍ର ନାଥ ମାନସିଂହ, ଏନଏସି ଅଧ୍ୟକ୍ଷା ପ୍ରତିନିଧି ସନ୍ତୋଷ ପାଇକରାୟଙ୍କ ସମେତ ବାଲୁଗାଁ ବିଜ୍ଞାପିତ ଅଞ୍ଚଳ ପରିଷଦ ବିଜୁ ଜନତା ଦଳର ବହୁ କର୍ମୀ ଓ ମହିଳା ମାନେ ଯୋଗ ଦେଇଥିଲେ।

Leave a Reply

Your email address will not be published. Required fields are marked *