ଜିଲ୍ଲା ସଂସ୍କୃତି ବିଭାଗ ତରଫରୁ କବି ଶ୍ରୀ ଜୟଦେବ ଜୟନ୍ତୀ ପାଳିତ !!!

Spread the love

ଗଜପତି ( ଆୱାଜ ମିଡ଼ିଆ ) – ବିବେକାନନ୍ଦ ବେହେରା : ଗଜପତି ଜିଲ୍ଲା ସଂସ୍କୃତି ବିଭାଗ ତରଫରୁ ଶ୍ରୀ ଜୟଦେବ ଜୟନ୍ତୀ ଜିଲ୍ଲା ସଂସ୍କୃତି କାର୍ଯ୍ୟଳୟ ଠାରେ ପାଳିତ ହୋଇଯାଇଛି । ଉକ୍ତ କାର୍ଯ୍ୟକ୍ରମରେ ଅତିରିକ୍ତ ଜିଲ୍ଲାପାଳ ବୀରେନ୍ଦ୍ର କୁମାର ଦାସ ମୁଖ୍ୟ ଅତିଥି ଭାବରେ ଯୋଗଦେଇ ଶ୍ରୀ ଜୟଦେବ ଙ୍କ ଫଟୋ ଚିତ୍ରରେ ପୁଷ୍ପ ମାଲ୍ୟାର୍ପଣ କରିଥିଲେ । ଉକ୍ତ କାର୍ଯ୍ୟକ୍ରମରେ ଜୟଦେବଙ୍କ ସାହିତ୍ୟି ଜୀବନ ର ଇତିହାସ ବିଷୟରେ କହିଥିଲେ ଅତିରିକ୍ତ ଜିଲ୍ଲାପାଳ ଶ୍ରୀ ଦାସ କହିଥିଲେ । କାର୍ଯ୍ୟକ୍ରମରେ ଜିଲ୍ଲା ସଂସ୍କୃତି ଅଧିକାରିଣୀ ସୁଶ୍ରୀ ଅର୍ଚ୍ଚନା କୁମାରୀ ମଙ୍ଗରାଜ , ଜିଲ୍ଲା ସାମାଜିକ ସୁରକ୍ଷା ଅଧିକାରୀ ସନ୍ତୋଷ କୁମାର ନାୟକ ଓ ଜିଲ୍ଲା ଶିଶୁ ସୁରକ୍ଷା ୟୁନିଟର ସଦସ୍ୟା ଓ କର୍ମଚାରୀ ପ୍ରମୁଖ ଉପସ୍ଥିତ ଥିଲେ ।

Leave a Reply

Your email address will not be published. Required fields are marked *