ଯୁବକଙ୍କୁ ହତ୍ୟା ଘଟଣାର ପର୍ଦ୍ଦା ଫାସ କଲା ଗୁରାଣ୍ଡି ପୋଲିସ !!!

Spread the love

ଗଜପତି ( ଆୱାଜ ମିଡ଼ିଆ ) – ବିବେକାନନ୍ଦ ବେହେରା : ଗଜପତି ଜିଲ୍ଲା ଗୋଷାଣୀ ବ୍ଳକର ଗୁରାଣ୍ଡି ଥାନା ଅଧୀନରେ ଥିବା ଶରଧାପୁର ବ୍ରିଜ ପାଖରେ ସଂଘବଦ୍ଧ ଭାବେ ଆକ୍ରମଣ କରି ହତ୍ୟା କରିଥିବା ଘଟଣାର ପର୍ଦ୍ଦାଫାସ କରିଛି ଗୁରାଣ୍ଡି ପୋଲିସ। ଏହି ଘଟଣାରେ ଏକ ସାମ୍ବାଦିକ ସମ୍ମିଳନୀ କରି ଏସଡିପିଓ ମାଧବାନନ୍ଦ ନାୟକ ଗଣମାଧ୍ୟମକୁ ସୂଚନା ଦେଇ କହିଛନ୍ତି ଯେ ଦୁଇ ଅଭିଯୁକ୍ତଙ୍କୁ ଗିରଫ କରି ସେମାନଙ୍କ ଠାରୁ ଆକ୍ରମଣ ସମୟରେ ବ୍ୟବହୃତ ହୋଇ ଥିବା ସାମଗ୍ରୀ ଓ ତିନୋଟି ବାଇକ୍ ଯବତ କରିବା ସହ ଦୁଇ ଅଭିଯୁକ୍ତକୁ ଗିରଫ କରି କୋର୍ଟ ଚାଲାଣ କରାଯାଇଥିବା ଏସ ଡି ପି ଓ ଗଣମାଧ୍ୟମକୁ ସୂଚନା ଦେଇଛନ୍ତି।ଏଥିରେ ସମ୍ପୃକ୍ତ ଥିବା ଅନ୍ୟ ତିନିଜଣ ଅଭିଯୁକ୍ତ ଫେରାର ଅଛନ୍ତି। ସେମାନଙ୍କୁ ଧରିବା ପାଇଁ ତଦନ୍ତ ଜାରିରହିଛି ବୋଲି ସାମ୍ବାଦିକ ସମ୍ମିଳନୀରେ ଏସ ଡି ପି ଓ ମାଧବା ନନ୍ଦ ନାୟକ ଗଣମାଧ୍ୟମ କୁ ସୂଚନା ଦେଇଛନ୍ତି।

Leave a Reply

Your email address will not be published. Required fields are marked *