ଜେଲ ଗଲେ ଚିଲିକା ବିଧାୟକ ପ୍ରଶାନ୍ତ ଜଗଦ୍ଦେବ !!!

0
257

ଖୋର୍ଦ୍ଧା ( ଆୱାଜ ମିଡ଼ିଆ ) – ଯୋଗେଶ୍ଵର ପଣ୍ଡା : ଜେଲ ଗଲେ ଚିଲିକା ବିଧାୟକ ପ୍ରଶାନ୍ତ ଜଗଦ୍ଦେବ । ଗତକାଲି ବିଳମ୍ବିତ ରାତିରେ ତାଙ୍କୁ ଗିରଫ କରିଛି ପୁଲିସ । ଖୋର୍ଦ୍ଧା ଜିଲ୍ଲା ବୋଲଗଡ଼ ବ୍ଲକ୍ କାଉଁରିପାଟଣା ବୁଥରେ ଇଭିଏମ୍ ଫିଙ୍ଗାଯିବା ଅଭିଯୋଗ ମାମଲାରେ ଚିଲିକା ବିଧାୟକ ତଥା ଚଳିତ ନିର୍ବାଚନରେ ଖୋର୍ଦ୍ଧା ବିଧାୟକ ପ୍ରାର୍ଥୀ ପ୍ରଶାନ୍ତ ଜଗଦ୍ଦେବଙ୍କୁ ଗିରଫ କରାଯାଇଛି । ଗିରଫ ପରେ ସ୍ୱାସ୍ଥ୍ୟ ପରୀକ୍ଷା କରାଯାଇ ତାଙ୍କୁ ଖୋର୍ଦ୍ଧା ଜେଲକୁ ପଠାଯାଇଥିବା ସୂଚନା ମିଳିଛି । ଗତକାଲି ଅପରାହ୍ନରେ ଚିଲିକା ବିଧାୟକ ପ୍ରଶାନ୍ତ ଜଗଦେବ ଓ ତାଙ୍କ ପତ୍ନୀ ଭୋଟ୍ ଦେବା ପାଇଁ କାଉଁରିପାଟଣା ବୁଥରେ ପହଞ୍ଚିଥିଲେ। ଏହାର କିଛି ସମୟ ପରେ ଇଭିଏମକୁ ଫିଙ୍ଗା ଫୋପଡ଼ା କରାଯାଇଥିବା ନେଇ ଅଭିଯୋଗ ଉଠିଥିଲା । ଏହି ଘଟଣାରେ ପୁଲିସ ବେଗୁନିଆରୁ ବିଧାୟକଙ୍କୁ ଉଠାଇ ନେଇ ଖୋର୍ଦ୍ଧା ରିଜର୍ଭ ପୋଲିସ କ୍ୟାମ୍ପସରେ ଅଟକ ରଖିଥିଲା । ତେବେ ସମ୍ପୃକ୍ତ ବୁଥର ପ୍ରିଜାଇଡିଂ ଅଫିସରଙ୍କ ଏତଲା ଆଧାରରେ ପ୍ରଶାନ୍ତ ଜଗଦ୍ଦେବଙ୍କୁ ଗିରଫ କରାଯାଇଥିବା ସୂଚନା ମିଳିଛି । ଏହି ଘଟଣାକୁ ନେଇ ବିଜେଡି ମଧ୍ୟ ରାଜ୍ୟ ମୁଖ୍ୟ ନିର୍ବାଚନ ଅଧିକାରୀଙ୍କ ଦ୍ୱାରସ୍ଥ ହୋଇଥିଲା । ଅନ୍ୟପକ୍ଷରେ ପ୍ରଶାନ୍ତ ଜଗଦ୍ଦେବଙ୍କ ବିରୋଧରେ ଉଠିଥିବା ଅଭିଯୋଗ ଉଦ୍ଦେଶ୍ୟ ପ୍ରଣୋଦିତ ବୋଲି ଅଭିଯୋଗ କରିଥିଲେ ସ୍ଥାନୀୟ ଗ୍ରାମବାସୀ ଓ ପ୍ରତ୍ୟକ୍ଷଦର୍ଶୀ ।

LEAVE A REPLY

Please enter your comment!
Please enter your name here