ଭୁବନେଶ୍ୱର ( ଆୱାଜ ମିଡ଼ିଆ ) – ଶାଶ୍ଵତୀ ନାୟକ : ବିଜେପି ବିଧାୟକ ଦଳ ନେତା ଭାବେ ନିର୍ବାଚିତ ହୋଇଥିବା ମୋହନ ମାଝୀ ଆସନ୍ତାକାଲି ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେବେ। ଏହାପୂର୍ବରୁ ସେ ଆଜି ରାଜ୍ୟପାଳ ରଘୁବର ଦାସଙ୍କୁ ଭେଟିଛନ୍ତି। ସେ ରାଜ୍ୟପାଳଙ୍କୁ ଭେଟି ବିଧିବଦ୍ଧ ଭାବେ ସରକାର ଗଠନ ପାଇଁ ଦାବି ଜଣାଇଛନ୍ତି। ତାଙ୍କ ସହ ସମସ୍ତ ୭୮ ଜଣ ବିଜେପି ବିଧାୟକ ଓ ୩ ଜଣ ସ୍ୱାଧୀନ ବିଧାୟକଙ୍କ ସମର୍ଥନ ରହିଥିବା ସେ ରାଜ୍ୟପାଳଙ୍କୁ ଅବଗତ ଜଣାଇଛନ୍ତି। ୩ ସ୍ୱାଧୀନ ବିଧାୟକ ବିଜେପିକୁ ସମର୍ଥନ କରୁଥିବା ଗୋଟିଏ ପତ୍ର ମଧ୍ୟ ସେ ରାଜ୍ୟପାଳଙ୍କୁ ଦେଇଛନ୍ତି।
ଆସନ୍ତାକାଲି ଓଡ଼ିଶାର ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେବେ ମୋହନ ଚରଣ ମାଝୀ !!!

