ଭୁବନେଶ୍ୱର ( ଆୱାଜ ମିଡ଼ିଆ ) – ଶାଶ୍ଵତୀ ନାୟକ : ଓଡ଼ିଶାର ପୂର୍ବତନ ରାଜ୍ୟପାଳ ମୂରଲୀଧର ଚନ୍ଦ୍ରକାନ୍ତ ଭଣ୍ଡାରେଙ୍କ ବିୟୋଗରେ ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ଗଭୀର ଦୁଃଖ ପ୍ରକାଶ କରିଛନ୍ତି । ଏକ ଶୋକ ବାର୍ତ୍ତାରେ ସେ କହିଛନ୍ତି ଯେ ସ୍ବର୍ଗତ ଭଣ୍ଡାରେ ଓଡ଼ିଶାର ରାଜ୍ୟପାଳ ଭାବରେ ରାଜ୍ୟର ବିକାଶରେ ଗୁରୁତ୍ବପୂର୍ଣ୍ଣ ଅବଦାନ ରଖିଥିଲେ । ତାଙ୍କ ଜ୍ଞାନ ଓ ଅମାୟିକ ସ୍ଵଭାବ ଯୋଗୁ ସେ ସାରା ରାଜ୍ୟ ବାସୀଙ୍କ ପ୍ରିୟ ହୋଇ ପାରିଥିଲେ । ତାଙ୍କ ବିୟୋଗ ଏକ ଅପୂରଣୀୟ କ୍ଷତି ବୋଲି ସେ କହିଛନ୍ତି । ପରଲୋକଗତ ଆତ୍ମାର ସଦଗତି କାମନା କରିବା ସହିତ ମୁଖ୍ୟମନ୍ତ୍ରୀ ଶୋକ ସନ୍ତପ୍ତ ପରିବାର ବର୍ଗଙ୍କ ପ୍ରତି ସମବେଦନା ପ୍ରକାଶ କରିଛନ୍ତି।