Site icon Awaj Media

ଆର୍ଟ ଅଫ ଗିଭିଙ୍ଗ ର ଏକାଦଶ ବାର୍ଷିକ ଉତ୍ସବ !!!

Spread the love

ଗଜପତି ( ଆୱାଜ ମିଡ଼ିଆ ) – ବିବେକାନନ୍ଦ ବେହେରା : ଗଜପତି ଜିଲ୍ଲା ସଦର ମହକୁମା ପାରଳାଖେମୁଣ୍ଡିର ମହାରାଜାଙ୍କ ବାଳକ ଉଚ୍ଚ ବିଦ୍ୟାଳୟର କନଫେରାନ୍ସ ହଲ ଠାରେ ଆର୍ଟ ଅଫ ଗୀଭିଂଙ୍ଗ ର ଏଗାର ତମ ବାର୍ଷିକ ଉତ୍ସବ ଅନୁଷ୍ଠିତ ହୋଇ ଯାଇଛି।ଏହି କାର୍ଯ୍ୟକ୍ରମ KIIT, KIIS, KIMS ଏବଂ କଳିଙ୍ଗ TV ଦ୍ବାରା ଆୟୋଜିତ ହୋଇଯାଇଛି।ଏହି କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ମୁଖ୍ୟ ଉନ୍ନୟନ ଅଧିକାରୀ ତଥା କାର୍ଯ୍ୟ ନିର୍ବାହୀ ଅଧିକାରୀ ଜିଲ୍ଲା ପରିଷଦ ଗଜପତି ଡକ୍ଟର ଗୁଣନିଧି ନାୟକ ଉପସ୍ଥିତ ରହି ପ୍ରଦୀପ ପ୍ରଜ୍ବଳନ କରି ଶୁଭାରମ୍ଭ କରିଥିଲେ।ଅତିଥି ପରିଚୟ ଓ ସ୍ୱାଗତ ଭାଷଣ ପ୍ରାକ୍ତନ ସଦସ୍ୟ ଓଡ଼ିଶା ସାହିତ୍ୟ ଏକାଡେମୀ ଗଜପତି ବିଚିତ୍ରା ନନ୍ଦ ବେବର୍ତ୍ତା ପ୍ରଦାନ କରିଥିବା ବେଳେ ଅତିଥି ମାନଙ୍କୁ ପୁଷ୍ପଗୁଚ୍ଛ ଦେଇ ସମ୍ବର୍ଦ୍ଧନା କରା ଯାଇଥିଲା।ଏହି କାର୍ଯ୍ୟକ୍ରମରେ ସମ୍ମାନିତ ଅତିଥି ଭାବେ ସେବା ନିବୃତ୍ତ ଷ୍ଟେଟବ୍ୟାଙ୍କ ପରିଚାଳକ ଶ୍ରୀ ହରିମୋହନ ପଟ୍ଟନାୟକ ୱାଇ ଧର୍ମା ରାଓ ପ୍ରଧାନ ଶିକ୍ଷକ ମହାରାଜା ବାଳକ ଉଚ୍ଚ ବିଦ୍ୟାଳୟ ପାରଳାଖେମୁଣ୍ଡି, ମୁଖ୍ୟ ବକ୍ତା ଭାବେ ଉପାନ୍ତ ପ୍ରହରୀ ଶ୍ରୀ ପୂର୍ଣ୍ଣ ଚନ୍ଦ୍ର ମହାପାତ୍ର ପ୍ରମୁଖ ମଞ୍ଚାସିନ ଥିଲେ।ଏହି କାର୍ଯ୍ୟକ୍ରମର ସଭାପତି ତଥା ପରିଚାଳକ ଡକ୍ଟର ସମୀର କୁମାର ପାଣିଗ୍ରାହୀ ସଂଯୋଜନା କରିଥିଲେ। ଏହି କାର୍ଯ୍ୟକ୍ରମର ଉଦ୍ଦେଶ୍ୟ ଓ ଆଭିମୁଖ୍ୟ ଉପରେ ଅତିଥି ମାନେ ନିଜର ମତ ପ୍ରକାଶ କରିଥିଲେ।ଏହି କାର୍ଯ୍ୟକ୍ରମରେ ବହୁ ବୁଦ୍ଧିଜୀବୀ ମାନ୍ୟଗଣ୍ୟ ବ୍ୟକ୍ତି ପ୍ରମୁଖ ଉପସ୍ଥିତ ଥିଲେ।ପରିଶେଷରେ ଡକ୍ଟର ବିରଞ୍ଚି ନାରାୟଣ ଦାସ କିଟ୍ ବିଶ୍ଵ ବିଦ୍ୟାଳୟର ଧନ୍ୟବାଦ ଅର୍ପଣ କରିଥିଲେ।

Exit mobile version