ଜିଲ୍ଲା ସ୍ତରରେ ଅନ୍ତର୍ଜାତୀୟ ଯୋଗ ଦିବସ ପାଳିତ !!!

Spread the love

ଗଜପତି ( ଆୱାଜ ମିଡ଼ିଆ ) – ବିବେକାନନ୍ଦ ବେହେରା : ଗଜପତି ଜିଲ୍ଲାର ସଦର ମହକୁମା ପାରଳାଖେମୁଣ୍ଡି ସ୍ଥିତ ବୃନ୍ଧାବନ ରାଜପ୍ରସାଦ ଠାରେ ଜିଲ୍ଲା ପ୍ରଶାସନ ପକ୍ଷରୁ ଜିଲ୍ଲା ସ୍ତରୀୟ ଅନ୍ତର୍ଜାତୀୟ ଯୋଗ ଦିବସ ମହାସମାରୋହରେ ପାଳିତ ହୋଇଯାଇଛି l ଆଜିର ଏହି ଯୋଗ ଦିବସରେ ଦିଗପହଣ୍ଡିର ମାନ୍ୟବର ବିଧାୟକ ଶ୍ରୀଯୁକ୍ତ ସିଦ୍ଧାନ୍ତ ମହାପାତ୍ର ମୁଖ୍ୟ ଅତିଥି ଭାବେ ଯୋଗଦାନ କରି ତାଙ୍କ ବକ୍ତବ୍ୟରେ ଅବଗତ କରାଇ ଥିଲେ ଯେ ୨୦୧୫ ମସିହା ଜୁନ ୨୧ ତାରିଖରୁ ପ୍ରତି ବର୍ଷ ପାଳିତ ହୋଇ ଆସୁଛି l ଯୋଗ କରିବା ଦ୍ୱାରା- ଶାରୀରିକ, ମାନସିକ ଓ ଆଧ୍ୟାତ୍ମିକ ଅଭ୍ୟାସ କରାଇବାରେ ଅନେକ ସାହାର୍ଯ୍ୟ କରେ ବୋଲି ମତ ରଖି ଯୋଗ ଅଭ୍ୟାସ ପରେ ସମସ୍ତଙ୍କୁ ଦୈନିକ ଯୋଗ କରାଇବା ନିମନ୍ତେ ଶପଥ ପାଠ କରାଇ ସମସ୍ତଙ୍କୁ ପ୍ରୋତ୍ସାହନ ଦେବା ସହ ସମାଜକୁ ଦିଗ ଦର୍ଶନ ଦେଇଥିଲେ l ଗଜପତି ଜିଲ୍ଲାପାଳ ଶ୍ରୀଯୁକ୍ତ ସ୍ମୃତି ରଞ୍ଜନ ପ୍ରଧାନ, ଆରକ୍ଷୀ ଅଧିକ୍ଷକ ସୁଶ୍ରୀ ସ୍ଵାତୀ ଏସ କୁମାର, ଅତିରିକ୍ତ ଜିଲ୍ଲାପାଳ ଶ୍ରୀଯୁକ୍ତ ରାଜେନ୍ଦ୍ର ମିଞ୍ଜ, ମୁଖ୍ୟ ଉନ୍ନୟନ ଅଧିକାରୀ ଜିଲ୍ଲା ପରିଷଦ ଡ଼.ଗୁଣନିଧି ନାୟକ ସମେତ ପାରଳା ସହରର ମାନ୍ୟଗଣ୍ୟ ବ୍ୟକ୍ତିବିଶଷ ପ୍ରମୁଖ ଯୋଗ ଦେଇ ଯୋଗ ଦିବସର ତାତ୍ପର୍ଯ୍ୟ ଏବଂ ଏହାର ଆବଶ୍ୟକତା କିଭଳି ଅପରିହାର୍ଯ୍ୟ ତାହା ନିଜ ବକ୍ତବ୍ୟରେ ଅବଗତ କରାଇ ପ୍ରତ୍ୟେକେ ପ୍ରତିଦିନ ଅଭ୍ୟାସ କରିବାକୁ ଜଣାଇଥିଲେ l ଏହି ଯୋଗ ଦିବସରେ ସମସ୍ତ ଅତିଥି ମାନଙ୍କ ଗହଣରେ ସ୍ଥାନୀୟ ଜନ ସାଧାରଣ, ଲୋକ ପ୍ରତିନିଧି, ପ୍ରଶାସନିକ ଅଧିକାରୀଙ୍କୁ ଯୋଗ ପ୍ରଶିକ୍ଷକ ଶ୍ରୀମତୀ ଆଶାଲତା ପାଣଗ୍ରାହୀ ଓ ବିଘ୍ନେଶ୍ୱର ଦାସ ଯୋଗ ଦାନ କରି ଯୋଗ ଶିକ୍ଷା ପ୍ରଦାନ କରିଥିଲେ l ପରେ ପରେ ସୁଶ୍ରୀ ଶ୍ୱେତାଶ୍ଵିନି ଶବର, ଜାତୀୟ ସ୍ତରର ସଫ୍ଟବଲ ଖେଳାଳି ଓ ଶ୍ରୀ ରିଙ୍କୁ ମଣ୍ଡଳ, ପାରମ୍ପରିକ ନୃତ୍ୟ ଓ ବାଦ୍ୟ ଯନ୍ତ୍ର ଶିକ୍ଷକଙ୍କ ସମେତ ଜିଲ୍ଲାର ବିଭିନ୍ନ କ୍ଷେତ୍ରରେ ପାରଦର୍ଶିତା ଅର୍ଜନ କରିଥିବା ବ୍ୟକ୍ତି ବିଶଷ ଙ୍କୁ ଜିଲ୍ଲା ପ୍ରଶାସନ ତରଫରୁ ସମ୍ବର୍ଦ୍ଧିତ କରାଯାଇଥିଲା । ସେହିପରି ପାରଳା ସହରରେ ଇଣ୍ଡୋର ଷ୍ଟାଡିୟମ୍, ବିଯୁକଲ୍ୟଣ ମଣ୍ଡପ, ସରକାରୀ ମହିଳା ସ୍ବାସ୍ଥ୍ୟ କର୍ମୀ ତାଲିମ୍ କେନ୍ଦ୍ର, ବେତାଗୁଡା ଓ ଜିଲ୍ଲା ଶିକ୍ଷା ଓ ପ୍ରଶିକ୍ଷଣ କେନ୍ଦ୍ର ପ୍ରମୁଖ ଠାରେ ଅନୁଷ୍ଠିତ ହୋଇଯାଇଛି । ଏହି କାର୍ଯ୍ୟକ୍ରମରେ ବିଭିନ୍ନ ବିଭାଗର ଜିଲ୍ଲାସ୍ତରୀୟ ଅଧିକାରୀ ସମେତ ଲୋକ ପ୍ରତିନିଧି, କ୍ରୀଡ଼ାବିତ, ସାମ୍ବାଦିକ ଓ ସ୍ଥାନୀୟ ଜନ ସାଧାରଣ ଏଥିରେ ଅଂଶ ଗ୍ରହଣ କରିଥିଲେ l

Leave a Reply

Your email address will not be published. Required fields are marked *