Site icon Awaj Media

୭୫ ତମ ବନ ମହୋତ୍ସଵ ପାଳିତ !!!

Spread the love

ଗଜପତି ( ଆୱାଜ ମିଡ଼ିଆ ) – ବିବେକାନନ୍ଦ ବେହେରା : ଗଜପତି ଜିଲ୍ଲା ସଦର ମହକୁମା ଦେବଗିରୀ ରେଞ୍ଜ କାର୍ଯ୍ୟାଳୟ ପରିସରରେ ୭୫ ତମ ବନ ମହୋତ୍ସବ ଅନୁଷ୍ଠିତ ହୋଇଯାଇଛି । ଏହି କାର୍ଯ୍ୟକ୍ରମ ରେ ଗଜପତି ଜିଲ୍ଲାପାଳ ସ୍ମୃତି ରଞ୍ଜନ ପ୍ରଧାନ ମୁଖ୍ୟ ଅତିଥି ଭାବେ ଯୋଗ ଦେଇଥିଲେ । ସମ୍ମାନିତ ଅତିଥି ଭାବେ ଗଜପତି ଆରକ୍ଷୀ ଅଧିକ୍ଷକ ସ୍ୱାତୀ ଏସ୍ କୁମାର , ମୁଖ୍ୟ ଉନ୍ନୟନ ଅଧିକାରୀ ଜିଲ୍ଲା ପରିଷଦ ଡକ୍ଟର ଗୁଣନିଧି ନାୟକ, ଉପାନ୍ତ ପ୍ରହରୀ ପୂର୍ଣ୍ଣଚନ୍ଦ୍ର ମହାପାତ୍ର, ଜିଲ୍ଲା ମୁଖ୍ୟ ଚିକିତ୍ସା ଅଧିକାରୀ ଏମ୍ ଏମ୍ ଅଲ୍ଲୀ, ଜଳଛାୟା ପ୍ରକଳ୍ପ ନିର୍ଦ୍ଦେଶକ ସୁରେଶ ପଟ୍ଟନାୟକ ପ୍ରମୁଖ ସମ୍ମାନୀତ ଅତିଥି ଭାବେ ଯୋଗ ଦେଇଥିବା ବେଳେ ଜିଲ୍ଲା ବନଖଣ୍ଡ ଅଧିକାରୀ ଏସ୍ ଆନନ୍ଦଙ୍କ ସଭାପତିତ୍ୱରେ ଏହି କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା । ପ୍ରାରମ୍ଭିକ ସଙ୍ଗୀତ ଅରବିନ୍ଦ ସ୍କୁଲର ଛାତ୍ରଛାତ୍ରୀ ଗାନ କରିଥିଲା । ଏହି କାର୍ଯ୍ୟକ୍ରମରେ ଫରେଷ୍ଟର ସନ୍ତୋଷ କୁମାର ସାହୁ ଅତିଥି ପରିଚୟ ଓ ସ୍ୱାଗତ ଭାଷଣ ପ୍ରଦାନ କରିଥିଲେ । ଅତିଥି ମାନଙ୍କୁ ପୁଷ୍ପଗୁଚ୍ଛ ଓ ଉପଢୌକନ ଦେଇ ସମ୍ମାନୀତ କରାଯାଇଥିଲା । ଅତିଥି ମାନେ ବୃକ୍ଷ ରୋପଣ ଓ ବୃକ୍ଷ ରୋପଣର ଉପକାରୀତା ଉପରେ ନିଜର ବକ୍ତବ୍ୟ ରଖିଥିଲେ । ପରେ ଲଣ୍ଡା ପାହାଡରେ ବୃକ୍ଷ ରୋପଣ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା । ଚାରା ବଣ୍ଟନ ଯାନକୁ ରିବନ କାଟି ସବୁଜ ପତାକା ଦେଖାଇ ଶୁଭ ଉଦଘାଟନ କରାଯାଇଥିଲା ! ଏହି କାର୍ଯ୍ୟକ୍ରମରେ ସ୍କୁଲ, କଲେଜର ଛାତ୍ର ଛାତ୍ରୀ, ସ୍ୱୟଂ ସହାୟକ ଗୋଷ୍ଠୀ, ପୋଲିସ କର୍ମଚାରୀ ପ୍ରମୁଖ ଉପସ୍ଥିତ ରହି ବୃକ୍ଷ ରୋପଣ କରିଥିଲେ ।

Exit mobile version