Site icon Awaj Media

ଆସନ୍ତା ୧୪ ତାରିଖରେ ଖୋଲିପାରେ ରତ୍ନ ଭଣ୍ଡାର !!!

Spread the love

ପୁରୀ ( ଆୱାଜ ମିଡ଼ିଆ ) – ବ୍ୟୁରୋ ରିପୋର୍ଟ : ରତ୍ନ ଭଣ୍ଡାର ଖୋଲିବା ନେଇ କୋଟି କୋଟି ଜଗନ୍ନାଥ ପ୍ରେମୀଙ୍କ ଦୀର୍ଘ ବର୍ଷ ପ୍ରତୀକ୍ଷାର ଅନ୍ତ ଘଟିପାରେ। ଆସନ୍ତା ୧୪ ତାରିଖରେ ଖୋଲିପାରେ ରତ୍ନ ଭଣ୍ଡାର। ଏନେଇ ରାଜ୍ୟ ସରକାରଙ୍କୁ ଅବଗତ କରାଯିବ। ରାଜ୍ୟ ସରକାରଙ୍କ ଅନୁମତି ମିଳିବା ପରେ ଉକ୍ତ ଦିନ ରତ୍ନ ଭଣ୍ଡାର ଖୋଲାଯିବ ବୋଲି ଆଜି ସୂଚନା ଦେଇଛନ୍ତି ରତ୍ନ ଭଣ୍ଡାର ଯାଞ୍ଚ କମିଟି ଅଧ୍ୟକ୍ଷ ଜଷ୍ଟିସ୍ ବିଶ୍ୱନାଥ ରଥ।ଆଜି ରତ୍ନ ଭଣ୍ଡାର କମିଟିର ଦ୍ୱିତୀୟ ବୈଠକ ବସିଥିବା ବେଳେ ଏ ନେଇ ସର୍ବସମ୍ମତିକ୍ରମେ ନିଷ୍ପତ୍ତି ହୋଇଥିବା କହିଛନ୍ତି ଜଷ୍ଟିସ ରଥ। ଉକ୍ତ ସମୟରେ ଠାକୁରଙ୍କ ରୀତିନୀତି ଓ ଶ୍ରଦ୍ଧାଳୁଙ୍କ ଦର୍ଶନରେ ଯେପରି କୌଣସି ଅସୁବିଧା ନ ହୁଏ ସେଥିପ୍ରତି ଯତ୍ନବାନ ହେବୁ। ଉକ୍ତ ଦିନ ଗଣତି ଆରମ୍ଭ କରାଯିବ। ତାହା କେବେ ସରିବ ତାହା ନିର୍ଦ୍ଧାରିତ ହୋଇନି। ଏଥିନିମନ୍ତେ ପ୍ରଥମେ ଠାକୁରଙ୍କ ଗହଣା ଚିହ୍ନି ପାରିବା ସହ ତାହାର ଗୁଣବତ୍ତା ପରଖି ପାରୁଥିବା ବଣିଆଙ୍କୁ ଚୟନ କରାଯିବ ବୋଲି କହିଛନ୍ତି ଜଷ୍ଟିସ୍‌ ରଥ।

Exit mobile version