ରଥଯାତ୍ରା ଉପଲକ୍ଷେ ଦ୍ୱିତୀୟ ରଜନୀରେ ପଦାମୃତ ନୃତ୍ୟାୟନ ପକ୍ଷରୁ ସାଂସ୍କୃତିକ କାର୍ଯ୍ୟକ୍ରମ !!!

Spread the love

ଗଜପତି ( ଆୱାଜ ମିଡ଼ିଆ ) – ବିବେକାନନ୍ଦ ବେହେରା : ଗଜପତି ଜିଲ୍ଲା ସଦର ମହକୁମା ପାରଳାଖେମୁଣ୍ଡି ଜଗନ୍ନାଥ ମନ୍ଦିର ପରିସରରେ ରଥଯାତ୍ରା ଉପଲକ୍ଷେ ଦ୍ୱିତୀୟ ରଜନୀରେ ଜିଲ୍ଲା ପ୍ରଶାସନ ଓ ଜିଲ୍ଲା ସଂସ୍କୃତି ପରିଷଦ ପକ୍ଷରୁ ପଦାମୃତ ନୃତ୍ୟାୟନର ନୃତ୍ୟଶିଳ୍ପୀ ମାନେ ନୃତ୍ୟ ପରିବେଷଣ କରିଥିଲେ । ଏହି କାର୍ଯ୍ୟକ୍ରମ ରେ ଗଜପତି ଜିଲ୍ଲାପାଳ ସ୍ମୃତିରଞ୍ଜନ ପ୍ରଧାନ, ଜିଲ୍ଲା ସଂସ୍କୃତି ଅଧିକାରୀ ଅର୍ଚ୍ଚନା ମଙ୍ଗରାଜ ଉପସ୍ଥିତ ଥିଲେ । ଏହି କାର୍ଯ୍ୟକ୍ରମ ରେ ନୃତ୍ୟ ଗୁରୁ ବିନ୍ଦୁପ୍ରିୟା ବେହେରାଙ୍କ ନିର୍ଦ୍ଦେଶନା ରେ ଅନୁଷ୍ଠାନର ଛାତ୍ରୀ ମାନେ ନୃତ୍ୟ ପରିବେଷଣ କରିଥିଲେ । ମନୋଜ ପଟ୍ଟନାୟକ ଏହାକୁ ପରିଚାଳନା କରିଥିଲେ। ଏହି ସାଂସ୍କୃତିକ କାର୍ଯ୍ୟକ୍ରମ ଦେଖିବା ସକାଶେ ବହୁ ଦର୍ଶକ ଉପସ୍ଥିତ ଥିଲେ । ଏହିଭଳି କାର୍ଯ୍ୟକ୍ରମ ପରିବେଷଣକୁ ଦେଖି ଜନସାଧାରଣ ଜିଲ୍ଲା ପ୍ରଶାସନକୁ ପ୍ରଶଂସା କରିଛନ୍ତି ।

Leave a Reply

Your email address will not be published. Required fields are marked *