Site icon Awaj Media

ବାଣପୁରରେ ଯୁଗ୍ମ ଜନ ଶୁଣାଣୀ ଶିବିର !!!

Spread the love

ବାଣପୁର ( ଆୱାଜ ମିଡ଼ିଆ ) – ରାକେଶ ସାହୁ : ବାଣପୁର ବ୍ଲକ ପରିସରରେ ଜିଲ୍ଲାପାଳଙ୍କ ଯୁଗ୍ମ ଜନଶୁଣାଣୀ ଶିବିର ଅନୁଷ୍ଠିତ ହୋଇଯାଇଛି । ଅତିରିକ୍ତ ଜିଲ୍ଲାପାଳ (ରାଜସ୍ୱ) ସାଫଲ୍ୟ ମଣ୍ଡିତ ପ୍ରଧାନଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଏହି ଶିବିରରେ ଜିଲ୍ଲା ପରିଷଦ ମୁଖ୍ୟ କାର୍ଯ୍ୟନିର୍ବାହୀ ଅଧିକାରୀ ଡଃ ବାଦଲ ମହାନ୍ତି, ଉପଜିଲ୍ଲାପାଳ ଦିପ୍ତୀରଞ୍ଜନ ସେଠି, ତହସିଲଦାର ଟି. ପଦ୍ମନାଭ ଦୋରା, ଗୋଷ୍ଠୀ ଉନ୍ନୟନ ଅଧିକାରୀ ଶୀତଲ ଅଗ୍ରୱାଲ, ବ୍ଲକ ଅଧ୍ୟକ୍ଷ ଅମରେନ୍ଦ୍ର ରଣସିଂହ, ଜିଲ୍ଲା ପରିଷଦ ଉପାଧ୍ୟକ୍ଷ ଗୋପୀନାଥ ମହାରଣା, ବାଲୁଗାଁ ଉପଖଣ୍ଡ ଆରକ୍ଷୀ ଅଧିକାରୀ ଶୁଭ୍ରାଂଶୁ ଶେଖର ମିଶ୍ର, ଜିଲ୍ଳା ମୁଖ୍ୟ ଚିକିତ୍ସା ଅଧିକାରୀ ଡା ରାଜ୍ୟଶ୍ରୀ ପଟ୍ଟନାୟକ ପ୍ରମୁଖ ଉପସ୍ଥିତ ଥିଲେ । ବ୍ଲକ ଅନ୍ତର୍ଗତ ମୋଟ ୧୭ ଟି ପଞ୍ଚାୟତ ଓ ପୈାରାଞ୍ଚଳର ବିଭିନ୍ନ ସ୍ଥାନରୁ ସମୁଦାୟ ୬୩୨ ଟି ଦରଖାସ୍ତ ବିଚାର ପାଇଁ ଆସିଥିବା ବେଳେ ତନ୍ମଧ୍ୟରୁ ୬୧୪ ଟି ବ୍ୟକ୍ତିଗତ ଓ ୯ ଗୋଟି ସାମୁହିକ ଦରଖାସ୍ତ ଥିଲା । ତତ୍କାଳ ୮ ଗୋଟି ଆବେଦନର ସମାଧାନ କରାଯାଇଥିଲା । ଜଣେ ହିତାଧିକାରୀଙ୍କୁ ମୁଖ୍ୟମନ୍ତ୍ରୀ ରିଲିଫ ପାଣ୍ଠିରୁ ୧୦ ହଜାର ଟଙ୍କାର ସହାୟତା ରାଶି ପ୍ରଦାନ କରାଯାଇଥିଲା । ଏହି ଅବସରରେ ବାଣପୁର ବ୍ଲକ ଅନ୍ତର୍ଗତ ବିଭିନ୍ନ ବିଭାଗର ବିଭାଗୀୟ ଅଧିକାରୀ, ଯନ୍ତ୍ରୀ, ସ୍ୱାସ୍ଥ୍ୟ ବିଭାଗ ଅଧିକାରୀ, ସିଡିପିଓ, ବିଭିନ୍ନ ପଦସ୍ଥ ଅଧିକାରୀ, ୧୭ଟି ପଞ୍ଚାୟତର ଜନ ପ୍ରତିନିଧିମାନେ ଉପସ୍ଥିତ ରହି ସମସ୍ୟା ସମାଧାନ ଦିଗରେ ସହଯୋଗ କରିଥିଲେ ।

Exit mobile version