Site icon Awaj Media

ଖୋଲିଲା ରତ୍ନ ଭଣ୍ଡାର !!!

Spread the love

ପୁରୀ ( ଆୱାଜ ମିଡ଼ିଆ ) – ବ୍ୟୁରୋ ରିପୋର୍ଟ : ନିର୍ଦ୍ଧାରିତ ସମୟ ଦିନ ୧ଟା ୨୮ରେ ଖୋଲାଗଲା ରତ୍ନଭଣ୍ଡାର। ପ୍ରଥମେ ବାହାର ରତ୍ନ ଭଣ୍ଡାର ଖୋଲାଯିବା ପରେ ଭିତର ରତ୍ନ ଭଣ୍ଡାର ତାଲା ଖୋଲା ଯାଇଛି । ରତ୍ନଭଣ୍ଡାର ଭିତରକୁ ଯାଇଛନ୍ତି ୧୧ ଜଣ ସଦସ୍ୟ। ରତ୍ନଭଣ୍ଡାର ଯାଞ୍ଚ କମିଟି ଅଧ୍ୟକ୍ଷ ଜଷ୍ଟିସ ବିଶ୍ୱନାଥ ରଥ, ସଦସ୍ୟ ଡାକ୍ତର ସିବିକେ ମହାନ୍ତି, ଗଜପତି ମହାରାଜାଙ୍କ ପ୍ରତିନିଧି, ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ଅରବିନ୍ଦ ପାଢୀ, ପୁରୀ ଜିଲ୍ଲାପାଳ ସିଦ୍ଧାର୍ଥ ଶଙ୍କର ସ୍ୱାଇଁ, ଏଏସ୍ଆଇ ଅଧୀକ୍ଷକ ଡିବି ଗଡ଼ନାୟକ, ରତ୍ନଭଣ୍ଡାର ସବ୍ କମିଟି ସଦସ୍ୟ, ଛତିଶା ନିଯୋଗ ନାୟକ ଜନାର୍ଦ୍ଦନ ପାଟ୍ଟଯୋଶୀ ମହାପାତ୍ର, ଭଣ୍ଡାର ମେକାପ, ତଢ଼ଉ କରଣ ଓ ଦେଉଳ କରଣ ପ୍ରମୁଖ ରତ୍ନଭଣ୍ଡାର ଭିତରକୁ ଯାଇଛନ୍ତି । ରତ୍ନଭଣ୍ଡାର ଖୋଲାଯିବା ନେଇ ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟ ପକ୍ଷରୁ ଏକ୍ସରେ ଏକ ପୋଷ୍ଟ କରାଯାଇଛି। ଏଥିରେ ମୁଖ୍ୟମନ୍ତ୍ରୀ କହିଛନ୍ତି, ତୁମ ଇଚ୍ଛାରେ ଓଡ଼ିଆ ଜାତି ଆଜି ତାର ଅସ୍ମିତାର ପରିଚୟକୁ ନେଇ ଆଗକୁ ବଢ଼ିବାକୁ ଉଦ୍ୟମ ଆରମ୍ଭ କରିଛି । ତୁମ ଇଚ୍ଛାରେ ପ୍ରଥମେ ଶ୍ରୀମନ୍ଦିରର ଚାରି ଦ୍ଵାର ଖୋଲିଲା । ତୁମ ଇଚ୍ଛାରେ ୪୬ ବର୍ଷ ପରେ ଆଜି ଏକ ମହତ୍ ଉଦ୍ଦେଶ୍ୟ ନେଇ ରତ୍ନ ଭଣ୍ଡାର ଖୋଲାଗଲା ।

Exit mobile version