Site icon Awaj Media

ଜିଲ୍ଲାପାଳଙ୍କ ମିଳିତ ଜନ ଅଭିଯୋଗ ଶୁଣାଣୀ ଅନୁଷ୍ଠିତ !!!

Spread the love

ଗଜପତି ( ଆୱାଜ ମିଡ଼ିଆ ) – ବିବେକାନନ୍ଦ ବେହେରା : ଗଜପତି ଜିଲ୍ଲା ମୋହନା ବ୍ଲକ ଅନ୍ତର୍ଗତ ଜରାଉ ଗ୍ରାମ ପଞ୍ଚାୟତ ସମ୍ମିଳନୀ କକ୍ଷଠାରେ ଗ୍ରାମ୍ୟ ମୁଖୀ ପ୍ରଶାସନ ସହ ସଂଯୁକ୍ତ ଜନ ଅଭିଯୋଗ ଶୁଣାଣୀ ଅନୁଷ୍ଠିତ ହୋଇଯାଇଛି । ଏହି ଅଭିଯୋଗ ଶୁଣାଣିରେ ଗଜପତି ଜିଲ୍ଲାପାଳ ଶ୍ରୀଯୁକ୍ତ ସ୍ମୃତି ରଞ୍ଜନ ପ୍ରଧାନ, ଡ଼.ଗୁଣନିଧି ନାୟକ,ମୁଖ୍ୟ ଉନ୍ନୟନ ଅଧିକାରୀ ଜିଲ୍ଲା ପରିଷଦ ଗଜପତି ଯୋଗଦାନ କରି ଜରାଉ ଗ୍ରାମ ପଞ୍ଚାୟତ ସମେତ ଗୋବିନ୍ଦପୁର, ମାଳସପଦର ଓ ବଡ଼ଖାନି ପଞ୍ଚାୟତର ସମୁଦାୟ ମୋଟ- ୫୧ ଗୋଟି ଅଭିଯୋଗ ପତ୍ର ଗ୍ରହଣ କରାଯାଇଥିଲା। ସେଥି ମଧ୍ୟରୁ ବ୍ୟକ୍ତିଗତ ଅଭିଯୋଗ ସମସ୍ୟା- ୧୯ ଗୋଟି,ଗ୍ରାମ ଭିତ୍ତିକ ସମସ୍ୟା- ୩୨ ଗୋଟି ଓ ୩ଗୋଟି ଅଭିଯୋଗକୁ ତୁରନ୍ତ ସମାଧାନ କରାଯାଇଛି, ଜଣକୁ ମୁଖ୍ୟ ମନ୍ତ୍ରୀ ରିଲିଫ୍ ପାଣ୍ଠିରୁ ୫ ହାଜର ଟଙ୍କା ଆର୍ଥିକ ସହାୟତା ପ୍ରଦାନ କରାଯାଇଛି। ଆଜିର ଏହି ଅଭିଯୋଗ ଶୁଣାଣି ଶିବିରରେ ସାମାଜିକ ସୁରକ୍ଷା,ଜମି ପଟ୍ଟା,ମନରେଗା,ଗୃହ ନିର୍ମାଣ, ରାସନ୍ କାର୍ଡ, ଶିକ୍ଷା,ଜଳ ସେଚନ ରାସ୍ତା ସମସ୍ୟା ବୋଲି ବିଭିନ୍ନ ସମସ୍ୟା ନେଇ ଅଭିଯୋଗ ଆସିଥିଲା । ଆଜିର ଗ୍ରାମ୍ୟ ମୁଖୀ ପ୍ରଶାସନ ସହ ସଂଯୁକ୍ତ ଜନ ଅଭିଯୋଗ ଶୁଣାଣୀ ସମୟରେ ଶ୍ରୀ ରଞ୍ଜିବ ଶବର, ଅଧ୍ୟକ୍ଷ, ପଞ୍ଚାୟତ ସମିତି ମୋହନା,ଗୋଷ୍ଠୀ ଉନ୍ନୟନ ଅଧିକାରୀ ଶ୍ରୀ ରାଜୀବ ଦାସ, ତହସିଲଦାର ସମେତ ସମସ୍ତ ଜିଲ୍ଲା ସ୍ତରୀୟ ଅଧିକାରୀଗଣ ଏହି ଅଭିଯୋଗ ଶୁଣାଣୀରେ ଉପସ୍ଥିତ ଥିଲେ।

Exit mobile version