କଟକ ସାଂସଦ ଭର୍ତ୍ତୃହରି ମହତାବଙ୍କ ବଡ଼ମ୍ବା ନିର୍ବାଚନ ମଣ୍ଡଳୀ ଗସ୍ତ !!!

Spread the love

ବଡମ୍ବା ( ଆୱାଜ ମିଡ଼ିଆ ) – ପ୍ରତାପ ନାୟକ : ବଡ଼ମ୍ବା ନିର୍ବାଚନ ମଣ୍ଡଳୀ ଗସ୍ତ କରିଥିଲେ କଟକ ସାଂସଦ ଭର୍ତ୍ତୃହରି ମହତାବ । ତାଙ୍କ ସହ ସ୍ଥାନୀୟ ବିଧାୟକ ବିଜୟ କୁମାର ଦଳବେହେରା ଉପସ୍ଥିତ ଥିଲେ । ମାଣିଆବନ୍ଧ ବାଲୁଙ୍କେଶ୍ୱର ମନ୍ଦିର ପରିସରରେ ସାଂସଦ ଭର୍ତ୍ତୃହରି ମହତାବ, ବିଧାୟକ ବିଜୟ କୁମାର ଦଳବେହେରାଙ୍କୁ ବରିଷ୍ଠ ନାଗରିକଙ୍କ ତରଫରୁ ସ୍ଵାଗତ ସମ୍ବର୍ଦ୍ଧନା କରାଯାଇଥିଲା । ପରେ ସେଠାରୁ ମାଣିଆବନ୍ଧ ସରସ୍ଵତୀ ଶିଶୁ ବିଦ୍ୟାମନ୍ଦିର ପରିଦର୍ଶନରେ ଯାଇଥିଲେ , ପରେ ବଡ଼ମ୍ବା ଓକିଲ ସଂଘ ତରଫରୁ ସାଂସଦ ଓ ବିଧାୟକଙ୍କୁ ସ୍ଵାଗତ ସମ୍ବର୍ଦ୍ଧନା କରାଯାଇଥିଲା । ବଡ଼ମ୍ବା ସରସ୍ଵତୀ ଶିଶୁ ବିଦ୍ୟାମନ୍ଦିର ପରିଦର୍ଶନ ସାରି ନରସିଂହପୁରରେ ଓକିଲ ସଂଘ ପକ୍ଷରୁ ସମ୍ବର୍ଦ୍ଧନା କାର୍ଯ୍ୟକ୍ରମ ଏବଂ ପରେ ପର୍ଯ୍ୟଟନ ବ୍ୟାଖ୍ୟାନ କେନ୍ଦ୍ରରେ ଦଳୀୟ କାର୍ଯ୍ୟକ୍ରମରେ ଯୋଗଦେଇ ସନ୍ଧ୍ୟା ସମୟରେ ବଡ଼ମ୍ବା ବଡ଼ଦାଣ୍ଡ ସାହି ଭଜନ ସମାରୋହ କାର୍ଯ୍ୟକ୍ରମରେ ଯୋଗ ଦେଇଥିଲେ ! ନୂତନ ସାଂସ୍କୃତିକ ଭବନ ର ଶିଳାନ୍ୟାସ କାର୍ଯ୍ୟକ୍ରମ ଆୟୋଜିତ ହୋଇଥିଲା !

Leave a Reply

Your email address will not be published. Required fields are marked *