ଜିଲ୍ଲାପାଳଙ୍କ ମିଳିତ ଜନ ଅଭିଯୋଗ ଶୁଣାଣି !!!

Spread the love

ବରଗଡ ( ଆୱାଜ ମିଡ଼ିଆ ) – କୃପାସିନ୍ଧୁ ମହାନ୍ତି : ବରଗଡ ପଞ୍ଚାୟତ ସମିତି କାର୍ଯ୍ୟାଳୟ ପରିସରରେ ଜିଲ୍ଲାପାଳ ଶ୍ରୀ ଆଦିତ୍ୟ ଗୋୟଲ ଏବଂ ଆରକ୍ଷୀ ଅଧିକ୍ଷକ ପ୍ରହଲ୍ଲା ସହାୟ ମୀନାଙ୍କ ମିଳିତ ଜନ ଅଭିଯୋଗ ଶୁଣାଣୀ ଶିବିର ଅନୁଷ୍ଠିତ ହୋଇଯାଇଛି । ଜିଲ୍ଲାପାଳ ଶ୍ରୀ ଗୋଏଲ ଏବଂ ଆରକ୍ଷୀ ଅଧିକ୍ଷକ ପ୍ରହଲ୍ଲାଦ ସହାୟ ମୀନାଙ୍କ ସମେତ, ଉପଜିଲ୍ଲପାଳ କୁମାର ନାଗ ଭୁଶଣ, ବନଖଣ୍ଡ ଅଧିକାରୀ ବିକ୍ରମଦେବ ପଟନାୟକ ଏବଂ ଜିଲ୍ଲା ଜନସ୍ୱାସ୍ଥ୍ୟ ଅଧିକାରୀ ଡ. ନିରୁପମା ଶଡଙ୍ଗୀ ଉପସ୍ଥିତ ରହି ଲୋକଙ୍କ ଅଭିଯୋଗ ଶୁଣିଥିଲେ ।
ସୂଚନା ଯୋଗ୍ୟକି, ଉକ୍ତ ଶିବିରରେ ଜଳସେଚନ, ବିଦ୍ୟୁତ୍ ଯୋଗାଣ, ପାନୀୟ ଜଳ ଯୋଗାଣ, ରାସନ କାର୍ଡ, ବାର୍ଦ୍ଧକ୍ୟ ଏବଂ ବିକଳାଙ୍ଗ ଭତ୍ତା, ରାସ୍ତା ନିର୍ମାଣ ଆଦି ସମାସ୍ୟା ଅଧାରିତ ସମୁଦାୟ ୬୧ ଗୋଟି ଅଭିଯୋଗ ମଧ୍ୟରୁ ୫୨ ଗୋଟି ବ୍ୟକ୍ତିଗତ ଏବଂ ୦୯ ଗୋଟି ସାମୁହିକ ଅଭିଯୋଗର ଶୁଣାଣି କରି ସମସ୍ୟା ତୁରନ୍ତ ସମାଧାନ କରିବା ପାଇଁ ଜିଲ୍ଲାପାଳ ବିଭାଗୀୟ ଅଧିକାରୀଙ୍କୁ ନିର୍ଦେଶ ଦେଲେ !

Leave a Reply

Your email address will not be published. Required fields are marked *