ଜିଲ୍ଲା ସ୍ତରୀୟ ଜାତୀୟ କୃମି ନାଶକ ଦିବସ ପାଳିତ !!!

Spread the love

ଗଜପତି ( ଆୱାଜ ମିଡ଼ିଆ ) – ବିବେକାନନ୍ଦ ବେହେରା : ଗଜପତି ଜିଲ୍ଲା ଗୋଶାଣୀ ବ୍ଳକ ଅନ୍ତର୍ଗତ କେରାଣ୍ଡି ପଞ୍ଚାୟତର ନୂଆ କେରାଣ୍ଡି ଗ୍ରାମରେ ଥିବା ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ପରିସରରେ ଜିଲ୍ଲା ସ୍ଵାସ୍ଥ୍ୟ ସମିତି ପକ୍ଷରୁ ଜିଲ୍ଲା ସ୍ତରୀୟ କୃମି ନାଶକ ଦିବସ ପାଳିତ ହୋଇଯାଇଛି । ଡି ପି ଏମ୍ ସୌମ୍ୟରାଣୀ ଗୌଡ଼, ଏ ଡି ଏମ୍ ପରିବାର କଲ୍ୟାଣ ଡକ୍ଟର ମହେନ୍ଦ୍ର କୁମାର ଭୂୟାଁ, ଡି ଏମ୍ ଆର ସି ଏଚ ପ୍ରଣତି ସାହୁ, ଏ ଡି ପି ଏଚ ସି ଓ ନୟନା ମଲ୍ଲିକ, ବିଇଓ ଟି କିଶୋର କୁମାର ଏବିଇଓ ଏନ ବିମଳ କୁମାର, ବିଦ୍ୟାଳୟର ପ୍ରଧାନ ଶିକ୍ଷକ ଏମ୍ ରବି କୁମାର , ଜନ ସ୍ଵାସ୍ଥ୍ୟ ସଂପ୍ରସାରଣ ଅଧିକାରୀ ମମତା ପାଢ଼ୀ ପ୍ରମୁଖ ମଞ୍ଚାସିନ ଥିଲେ । ଅତିଥି ମାନେ ଏହି ଦିବସର ଉଦ୍ଦେଶ୍ୟ ଓ ଆଭିମୁଖ୍ୟ ଉପରେ ନିଜର ବକ୍ତବ୍ୟ ରଖିଥିଲେ । ଜନ ସ୍ଵାସ୍ଥ୍ୟ ସଂପ୍ରସାରଣ ଅଧିକାରୀ ମମତା ପାଢ଼ୀ ଏହି କାର୍ଯ୍ୟକ୍ରମକୁ ସଂଯୋଜନା କରିଥିବା ବେଳେ ବିଦ୍ୟାଳୟର ଶିକ୍ଷକ ଭି ଭେଙ୍କେଟରାବାଣା ସଦାନନ୍ଦ ପାତ୍ର, ଆର ଶୋଭାରାଣୀ, ରତ୍ନମାଳା ଜେନା, ସ୍କୁଲ ସଭାପତି ଲିଙ୍ଗରାଜ ପାତ୍ର ପରିଚାଳନାରେ ସହଯୋଗ କରିଥିଲେ । ପ୍ରାଥମିକ ସ୍ୱାସ୍ଥ୍ୟ କର୍ମୀ ବି ଜଗଦମ୍ବା, ରଞ୍ଜିତ କୁମାର ଜେନା ପ୍ରମୁଖ ଉପସ୍ଥିତ ଥିଲେ ।

Leave a Reply

Your email address will not be published. Required fields are marked *