Site icon Awaj Media

ସରସ୍ୱତୀ ଶିଶୁ ବିଦ୍ୟା ମନ୍ଦିର ରେ ଜ୍ଞାନ ବିଜ୍ଞାନ ମେଳା ଅନୁଷ୍ଠିତ !!!

Spread the love

ଗଜପତି ( ଆୱାଜ ମିଡ଼ିଆ ) – ବିବେକାନନ୍ଦ ବେହେରା : ଗଜପତି ଜିଲ୍ଲା ସଦର ମହକୁମା ପାରଳାଖେମୁଣ୍ଡି ସ୍ଥିତ ସ୍ଥାନୀୟ ସରସ୍ଵତୀ ଶିଶୁ ବିଦ୍ୟା ମନ୍ଦିର ଠାରେ ଜ୍ଞାନ ବିଜ୍ଞାନ ମେଳା ଅନୁଷ୍ଠିତ ହୋଇଯାଇଛି । ଏହି ଅବସରରେବିଦ୍ୟାଳୟର ପରିଚାଳନା କମିଟିର ସଭାପତି ଶ୍ରୀଯୁକ୍ତ ସୁବାଷ ଚନ୍ଦ୍ର ଜମାଦାରଙ୍କ ସଭାପତିତ୍ବ କରିଥିବା ବେଳେ ମୁଖ୍ୟ ଅତିଥି ଭାବେ ଜିଲ୍ଲା ଶିକ୍ଷା ଅଧିକାରୀ ଶ୍ରୀ ମାୟାଧର ସାହୁ ବିଜ୍ଞାନ ମେଳାର ଶୁଭ ଉଦଘାଟନଉଦ୍ଘାଟନ କରିଥିଲେ ସମ୍ମାନିତ ଅତିଥି ଭାବେ ଜିଲ୍ଲା ବିଜ୍ଞାନ ନିରୀକ୍ଷକ ଶ୍ରୀଯୁକ୍ତ ଏ. ରବି କୁମାର, ବିଦ୍ୟାଳୟର ପରିଚାଳନା କମିଟିର ସମ୍ପାଦକ ଶ୍ରୀଯୁକ୍ତ ଚନ୍ଦ୍ରଶେଖର ପଟ୍ଟନାୟକ, ବିଦ୍ୟାଳୟର ବରିଷ୍ଠ ଉପଦେଷ୍ଟା ପୂଜ୍ୟ ରାମାନନ୍ଦ ଦାଶ ପ୍ରମୁଖ ଯୋଗଦେଇଥିଲେ। ବିଦ୍ୟାଳୟର ପ୍ରଧାନ ଆଚାର୍ଯ୍ୟ ଶ୍ରୀଯୁକ୍ତ ସରୋଜ କୁମାର ପଣ୍ଡା ଅତିଥି ମାନଙ୍କର ପରିଚୟ ପ୍ରଦାନ କରିଥିବା ବେଳେ ଅତିଥି ମାନଙ୍କ ଦ୍ବାରା ବିଦ୍ୟାଳୟର SMART CLASS ଉଦଘାଟନ ହୋଇଥିଲ। ବିଜ୍ଞାନ ମେଳାରେ ଶିଶୁ ବାଟିକା ଠାରୁ ଦଶମ ଶ୍ରେଣୀ ପର୍ଯ୍ୟନ୍ତ ମୋଟ ୨୧୦ରୁ ଉର୍ଦ୍ଧ୍ବ ପ୍ରକଳ୍ପ ପ୍ରଦର୍ଶିତ ହୋଇଥିଲା ।ଏହି କାର୍ଯ୍ୟକ୍ରମରେ ଜିଲ୍ଲାର ବିଭିନ୍ନ ବିଦ୍ୟାଳୟର ବିଜ୍ଞାନ ଶିକ୍ଷକ ମାନେ ବିଚାରକ ରୂପେ ଯୋଗଦେଇ ପ୍ରକଳ୍ପ ଗୁଡ଼ିକର ମୂଲ୍ୟାଙ୍କନରେ ସହଯୋଗ କରିଥିଲେ। ପୁରସ୍କାର ବିତରଣୀ କାର୍ଯ୍ୟକ୍ରମରେ ବିଦ୍ୟାଳୟର ପରିଚାଳନା କମିଟିର ଉପସଭାପତି ଶ୍ରୀଯୁକ୍ତ ସଂଜୟ କୁମାର ଜେନା,କୋଷାଧ୍ୟକ୍ଷ ଶ୍ରୀଯୁକ୍ତ ପ୍ରମୋଦ ଚନ୍ଦ୍ର ପାଢ଼ୀ,ଯୁଗ୍ମ ସମ୍ପାଦକ ଶ୍ରୀଯୁକ୍ତ ବିଭୂତି ଭୂଷଣ ରଥ ,ସଦସ୍ୟା ଶ୍ରୀମତୀ ସରିତା ପାଣିଗ୍ରାହୀ ଏବଂ ଶ୍ରୀମତୀ ସବିତା ଗମାଙ୍ଗ ପ୍ରମୁଖ ଯୋଗ ଦେଇଥିଲେ।ଉକ୍ତ କାର୍ଯ୍ୟକ୍ରମଟି ବିଦ୍ୟାଳୟର ବରିଷ୍ଠ ବିଜ୍ଞାନ ଶିକ୍ଷକ ଶ୍ରୀମତୀ ଶ୍ରଦ୍ଧାମୟୀ ପାଢ଼ୀଙ୍କ ସଂଯୋଜନାରେ ଶ୍ରୀମାନ୍ ଦେବୀ ପ୍ରସାଦ ପଟ୍ଟନାୟକ, ସୁଶ୍ରୀ ଶିବାନୀ ରଥ, ଶ୍ରୀଯୁକ୍ତ ମୂରଲୀ ମୋହନ ପ୍ରଧାନ ତଥା ଅନ୍ୟ ଆଚାର୍ଯ୍ୟ ଆଚାର୍ଯ୍ୟାଙ୍କ ସହଯୋଗରେ ସଫଳ ହୋଇଥିଲା । ଶେଷରେ ବିଦ୍ୟାଳୟର ବରିଷ୍ଠ ଆଚାର୍ଯ୍ୟ ଶ୍ରୀଯୁକ୍ତ ଗୋପାଳ କୃଷ୍ଣ ପଣ୍ଡିତ ଧନ୍ୟବାଦ ଅର୍ପଣ କରିଥିଲେ। ବିଜ୍ଞାନ ମେଳାରେ ସଫଳତା ପାଇଥିବା ଶ୍ରେଷ୍ଠ ଛାତ୍ରଛାତ୍ରୀ ମାନେ ଆଗାମୀ ଅଗଷ୍ଟ ୨୪ ତାରିଖ ଦିନ ଛତ୍ରପୁର ଠାରେ ଅନୁଷ୍ଠିତ ହେବାକୁ ଥିବା ବିଭାଗ ସ୍ତରୀୟ ଜ୍ଞାନ ବିଜ୍ଞାନ ମେଳାରେ ଅଂଶ ଗ୍ରହଣ କରିବେ।

Exit mobile version