ସ୍ୱାଧୀନତା ଦିବସ ଉପଲକ୍ଷେ ଭାରତୀୟ ଜନତା ପାର୍ଟି ପକ୍ଷରୁ ସ୍ୱଚ୍ଛ ଭାରତ ଅଭିଯାନ କାର୍ଯ୍ୟକ୍ରମ !!!

Spread the love

ଗଜପତି ( ଆୱାଜ ମିଡ଼ିଆ ) – ବିବେକାନନ୍ଦ ବେହେରା : ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଓ ମୁଖ୍ୟମନ୍ତ୍ରୀଙ୍କ ଆହ୍ୱାନ କ୍ରମେ ପାରଳାଖେମୁଣ୍ଡିର ଭାରତୀୟ ଜନତା ପାର୍ଟି ପକ୍ଷରୁ ଗଜପତି ଜିଲ୍ଲା ସଦର ମହକୁମା ପାରଳାଖେମୁଣ୍ଡି ସ୍ଥିତ ରେଳ ଷ୍ଟେସନ ନିକଟରେ ସ୍ୱଚ୍ଛ ଭାରତ ଅଭିଯାନ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇ ଯାଇଛି। ପାରଳାଖେମୁଣ୍ଡି ବିଜେପି ସଭାପତି କେ ନାରାୟଣ ରାଓଙ୍କ ନିର୍ଦ୍ଦେଶ କ୍ରମେ ଏହି କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଛି ଏହି କାର୍ଯ୍ୟକ୍ରମରେ ଜିଲ୍ଲା ଯୁବ ମୋର୍ଚ୍ଚା ସଭାପତି ବାଳ କୃଷ୍ଣ ପାତ୍ର, ଜିଲ୍ଲା ଉପ ସଭାପତି ବାବୁନା ବେହେରା, ଜିଲ୍ଲା ସାଧାରଣ ସମ୍ପାଦକ ଜଗନ୍ନାଥ ମହାପାତ୍ର, ସାଧାରଣ ସମ୍ପାଦକ ଟି ପ୍ରଶାନ୍ତଙ୍କ ସମେତ ବହୁ ବିଜେପି ନେତା ଓ କର୍ମୀ ପ୍ରମୁଖ ଉପସ୍ଥିତ ରହି କାର୍ଯ୍ୟକ୍ରମ କୁ ସଫଳ କରିଥିଲେ ।

Leave a Reply

Your email address will not be published. Required fields are marked *