ବରଗଡ଼ ରେ ଘରେ ଘରେ ତ୍ରିରଙ୍ଗା ଅଭିଯାନ : ଜିଲ୍ଲା ସ୍ତରୀୟ ତ୍ରିରଙ୍ଗା ଶୋଭାଯାତ୍ରା !!!

Spread the love

ବରଗଡ଼ ( ଆୱାଜ ମିଡ଼ିଆ ) – କୃପାସିନ୍ଧୁ ମହାନ୍ତି : ବରଗଡ଼ ରେ ଘରେ ଘରେ ତ୍ରିରଙ୍ଗା ଅଭିଯାନ , ଜିଲ୍ଲା ସ୍ତରୀୟ ତ୍ରିରଙ୍ଗା ଶୋଭାଯାତ୍ରା ! ଅଭିଯାନରେ ସାମିଲ ହେଲେ ସ୍ଥାନୀୟ ବିଧାୟକ, ଲୋକ ପ୍ରତିନିଧି, ଜିଲ୍ଲାପାଳ ଏବଂ ଆରକ୍ଷୀ ଅଧିକ୍ଷକ ! ବିଭିନ୍ନତା ମଧ୍ୟରେ ଏକତାର ବାର୍ତ୍ତା , ୭୮ ତମ ସ୍ୱାଧୀନତା ଦିବସ ପାଳନ ଅବସରରେ ଓଡିଶା ସରକାରଙ୍କ ନିର୍ଦେଶ କ୍ରମେ ସମଗ୍ର ରାଜ୍ୟରେ ଘରେ ଘରେ ତ୍ରିରଙ୍ଗା ଅଭିଯାନ ଆରମ୍ଭ ହୋଇଛି I ସ୍ୱାଧୀନତାର ଅମୃତ ମହୋତ୍ସବ ପାଳନ ଅବସରରେ ଆରମ୍ଭ ହୋଇଥିବା ଏହି ଅଭିଯାନରେ ସମଗ୍ର ଭାରତର ନାଗରିକଙ୍କୁ ସାମିଲ କରି ବିଭିନ୍ନତା ମଧ୍ୟରେ ଏକତାର ବାର୍ତ୍ତା ଦେଇଛନ୍ତି I ବରଗଡ ଜିଲ୍ଲା ପ୍ରଶାସନ ଉଦ୍ୟମରେ ସ୍ଥାନୀୟ ଗାନ୍ଧୀ ଛକ ଠାରୁ ବୀର ସୁରେନ୍ଦ୍ର ସାଏ ଛକ ପର୍ଯ୍ୟନ୍ତ ତ୍ରିରଙ୍ଗା ଶୋଭାଯାତ୍ରା ଆୟୋଜିତ ହୋଇଛି । ବରଗଡ ଜିଲ୍ଲାର ସମସ୍ତ ବ୍ଲକ ଏବଂ ପଞ୍ଚାଯତ ସ୍ତରରେ ପ୍ରଶାସନ ତରଫରୁ ଆଗାମୀ ଅଗଷ୍ଟ ୧୫ ତାରିଖ ପର୍ଯ୍ୟନ୍ତ ଏଭଳି ବିଭିନ୍ନ କାର୍ଯ୍ୟକ୍ରମ ଆୟୋଜନ କରି ଲୋକଙ୍କୁ ସଚେତନ କରାଯିବ।

Leave a Reply

Your email address will not be published. Required fields are marked *