ଗଜପତି ( ଆୱାଜ ମିଡ଼ିଆ ) – ବିବେକାନନ୍ଦ ବେହେରା : ଗଜପତି ଜିଲ୍ଲା ସଦର ମହକୁମା ପାରଳାଖେମୁଣ୍ଡି ସ୍ଥିତ ପୋୖର ପରିଷଦ କାର୍ଯ୍ୟାଳୟ ପରିସରରେ 78 ତମ ସ୍ୱାଧୀନତା ଦିବସ ପାଳିତ ହୋଇଯାଇଛି । ଏହି କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ପାରଳା ପୋୖର ପରିଷଦ ଅଧ୍ୟକ୍ଷା ନିର୍ମଳା ସେଠୀ ଯୋଗ ଦେଇ ଆନୁଷ୍ଠାନିକ ଭାବେ ଜାତୀୟ ପତାକା ଉତ୍ତୋଳନ କରିଥିଲେ । ସମବେଦ ଜନତାଙ୍କୁ ଉଦବୋଧନ ପ୍ରଦାନ କରିଥିଲେ । ପରେ ପୋୖର ପରିଷଦ କାର୍ଯ୍ୟ ନିର୍ବାହୀ ଅଧିକାରୀ ଓ କାଉନସିଲର ସାଧାରଣ ଜନତାଙ୍କୁ ଉଦବୋଧନ ପ୍ରଦାନ କରିଥିଲେ । ନୂତନ ପେନସନ ହିତାଧିକାରୀଙ୍କୁ ପେନସନ ପ୍ରଦାନ କରାଯାଇଥିଲା । ଏହି କାର୍ଯ୍ୟକ୍ରମରେ ଯନ୍ତ୍ରୀ, ସହକାରୀ ଯନ୍ତ୍ରୀ, ସ୍ୱଚ୍ଛ ସାଥୀ, ପୋୖର ପରିଷଦ ସଫେଇ କର୍ମଚାରୀ ପ୍ରମୁଖ ଉପସ୍ଥିତ ଥିଲେ ।
ପାରଳାଖେମୁଣ୍ଡି ପୋୖର ପରିଷଦ ପକ୍ଷରୁ ୭୮ ତମ ସ୍ୱାଧୀନତା ଦିବସ ପାଳିତ !!!

