ଭୁବନେଶ୍ୱର ( ଆୱାଜ ମିଡ଼ିଆ ) – ନିରଞ୍ଜନ ସାହୁ : ଓଡ଼ିଶା ଖଦୀ ଓ ଗ୍ରାମୋଦ୍ୟୋଗ ବୋର୍ଡ ପୂର୍ବତନ ସଭାପତି ସଂଗ୍ରାମ ପାଇକରାୟ ଙ୍କ ଜନ୍ମ ଦିବସ ଅବସରରେ ରାଜଧାନୀ ଡ଼ାକ୍ତରଖାନା ରକ୍ତ କେନ୍ଦ୍ର ପରିସରରେ ଏକ ରକ୍ତଦାନ ଶିବିର ଆୟୋଜିତ ହୋଇଥିଲା । ଏହି ଶିବିରକୁ ରାଜଧାନୀ ଡାକ୍ତରଖାନା ରକ୍ତ କେନ୍ଦ୍ର ଅଧିକାରୀ ଡ ଦେବାଶିଷ ମିଶ୍ର ଉଦ୍ଘାଟନ କରିଥିଲେ । ବିଶିଷ୍ଟ ଗାନ୍ଧୀବାଦୀ ପ୍ରହଲ୍ଲାଦ ସିଂହ, ଜୟ ଓଡ଼ିଶା ର ସଭାପତି ରୁଦ୍ର ସାମନ୍ତରାୟ, ଜାତୀୟ ଯୁବ ପ୍ରକଳ୍ପ ରାଷ୍ଟ୍ରୀୟ ଟ୍ରଷ୍ଟି ମଧୁସୂଦନ ଦାସ, କଳିଙ୍ଗ ଐତିହ ସୁରକ୍ଷା ମଞ୍ଚ ସମ୍ପାଦକ ଚିତ୍ତ ରଞ୍ଜନ ମହାନ୍ତି, ମିଶନ ରକ୍ତଦାନ ସମ୍ପାଦକ ଗୁନୁ ଆଚାର୍ଯ୍ୟ, ସଭ୍ୟ ବିଭୂତି ଭୂଷଣ ସାହୁ ଯୋଗଦେଇ ରକ୍ତଦାତାଙ୍କୁ ଉତ୍ସାହିତ କରିଥିଲେ । ଚନ୍ଦ୍ରକାନ୍ତ ଭୋଇ ଏବଂ ଭୁବନେଶ୍ଵରୀ ମିଶ୍ର ପ୍ରମୁଖ ଶିବିର ପରିଚାଳନା କରିଥିଲେ। ଶିବିରରୁ ୨୦ ୟୁନିଟ ରକ୍ତ ସଂଗୃହୀତ ହୋଇଥିଲା ।
ଜନ୍ମ ଦିନରେ ରକ୍ତଦାନ ଶିବିର !!!

