Site icon Awaj Media

ମହେନ୍ଦ୍ରଗିରି ଉଚ୍ଚ ବିଦ୍ୟାଳୟରେ ସଂସ୍କୃତ ଦିବସ ପାଳନ !!!

Spread the love

ଗଜପତି ( ଆୱାଜ ମିଡ଼ିଆ ) – ବିବେକାନନ୍ଦ ବେହେରା : ମହେନ୍ଦ୍ରଗିରି ଉଚ୍ଚ ବିଦ୍ୟାଳୟରେ ସଂସ୍କୃତ ଦିବସ ପାଳନ ! ପ୍ରଧାନ ଶିକ୍ଷକ ପୂର୍ଣ୍ଣଚନ୍ଦ୍ର ପ୍ରଧାନଙ୍କ ପୌରହିତ୍ୟରେ ଅନୁଷ୍ଠିତ ଏହି କର୍ଯ୍ୟକ୍ରମ ବିଦ୍ୟାଳୟର ସଂସ୍କୃତ ଶିକ୍ଷୟତ୍ରୀ ଶୁଭଲକ୍ଷ୍ମୀ ଦାସ ଙ୍କ ତତ୍ବାବଧାନରେ ଆୟୋଜିତ ହୋଇଥିଲା ! ମୁଖ୍ୟବକ୍ତା ଭାବେ ଶ୍ରୀକୃଷ୍ଣଚନ୍ଦ୍ର ଗଜପତି ସ୍ଵୟଂ ଶାସିତ ମହାବିଦ୍ୟାଳୟର ଅଧ୍ୟାପକ ବିଘ୍ନେଶ୍ୱର ମିଶ୍ର, ବିଶିଷ୍ଟ ବକ୍ତା ସଂସ୍କୃତ ମହାବିଦ୍ୟାଳୟର ଅଧ୍ୟକ୍ଷ ସୁଦର୍ଶନ ତ୍ରିପାଠୀ, ସାରସ୍ଵତ ବକ୍ତା ଡ.ଚନ୍ଦ୍ରଶେଖର ତ୍ରିପାଠୀ, ପଣ୍ଡିତ କୁମୁଦ ରଞ୍ଜନ ଦାଶ, ଶୁଭାଶିଷ ପତି ପ୍ରମୁଖ ଯୋଗଦାନ କରି ସଂସ୍କୃତ ଶିକ୍ଷାର ଉପାଦେୟତା ବିଭିନ୍ନ ଦୃଷ୍ଟିକୋଣରୁ ଆଲୋଚନା କରିଥିଲେ। ଆଲୁମିନି ବିଚିତ୍ରାନନ୍ଦ ବେବର୍ତ୍ତା ଅତିଥି ଭାବେ ଯୋଗ ଦେଇଥିଲେ । ଶେଷରେ ଛାତ୍ର ଛାତ୍ରୀ ମାନେ ଓଡ଼ିଶୀ ନୃତ୍ୟ ପରିବେଷଣ କରିଥିଲେ ।

Exit mobile version