Site icon Awaj Media

ଜିଲ୍ଲାପାଳଙ୍କ ଅଭିଯୋଗ ଶୁଣାଣି ଶିବିର !!!

Spread the love

ବରଗଡ ( ଆୱାଜ ମିଡ଼ିଆ ) – କୃପାସିନ୍ଧୁ ମହାନ୍ତି : ବରଗଡ଼ ଜିଲ୍ଲା ପାଇକମାଳ ସମିତି କାର୍ଯ୍ୟାଳୟ ପରିସରରେ ଜିଲ୍ଲାପାଳ ଶ୍ରୀ ଆଦିତ୍ୟ ଗୋୟଲ ଏବଂ ପଦ୍ମପୁର ଅତିରିକ୍ତ ଜିଲ୍ଲାପାଳ ଶ୍ରୀ କୃଣାଲ ମୋତିରାମ ଚୌହାନଙ୍କ ମିଳିତ ଜନ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ ହୋଇଯାଇଛି । ଜିଲ୍ଲାପାଳ ଏବଂ ଅତିତିକ୍ତ ଜିଲ୍ଲାପାଳ ଙ୍କ ସମେତ ଜିଲ୍ଲା ପରିଷଦ ମୁଖ୍ୟ ଉନ୍ନୟନ ଅଧିକାରୀ ଶ୍ରୀ ସୁଶାନ୍ତ ସିଂ, ପଦ୍ମପୁର ଉପଜିଲ୍ଲପାଳ ଆଲୋକ କୁମାର ପଟେଲ ଏବଂ ଜିଲ୍ଲା ଜନସ୍ୱାସ୍ଥ୍ୟ ଅଧିକାରୀ ଡ. ନିରୁପମା ଷଡଙ୍ଗୀ ଉପସ୍ଥିତ ରହି ଲୋକଙ୍କ ଅଭିଯୋଗ ଶୁଣିଥିଲେ । ଶିବିରରେ ଜଳସେଚନ, ବିଦ୍ୟୁତ୍ ଯୋଗାଣ, ପାନୀୟ ଜଳ ଯୋଗାଣ, ରାସନ କାର୍ଡ, ବାର୍ଦ୍ଧକ୍ୟ ଏବଂ ବିକଳାଙ୍ଗ ଭତ୍ତା, ରାସ୍ତା ନିର୍ମାଣ ଆଦି ସମାସ୍ୟା ଅଧାରିତ ସମୁଦାୟ ୧୦୬ ଗୋଟି ଅଭିଯୋଗ ମଧ୍ୟରୁ ୮୦ ଗୋଟି ବ୍ୟକ୍ତିଗତ , ୧ ଗୋଟି ମୁଖ୍ୟମନ୍ତ୍ରୀ ରିଲିଫ ପାଣ୍ଠି , ୨ ଗୋଟି ରେଡ଼କ୍ରସ ଏବଂ ୨୩ ଗୋଟି ସାମୁହିକ ଅଭିଯୋଗର ଶୁଣାଣି କରି ସମସ୍ତ ସମସ୍ୟା ତୁରନ୍ତ ସମାଧାନ କରିବା ପାଇଁ ଜିଲ୍ଲାପାଳ ବିଭାଗୀୟ ଅଧିକାରୀଙ୍କୁ ନିର୍ଦ୍ଦେଶ ଦେଇଛନ୍ତି !

Exit mobile version