ସୁଭଦ୍ରାକୁ ନେଇ ଜିଲ୍ଲାସ୍ତରୀୟ ପ୍ରସ୍ତୁତି ବୈଠକ !!!

Spread the love

ଗଜପତି ( ଆୱାଜ ମିଡ଼ିଆ ) – ବିବେକାନନ୍ଦ ବେହେରା : ମହିଳା ମାନଙ୍କର ଆର୍ଥିକ ସଶକ୍ତିକରଣ କ୍ଷେତ୍ରରେ ରାଜ୍ୟ ସରକାରଙ୍କ ଏକ ଯୁଗାନ୍ତକାରୀ ଯୋଜନା ହେଉଛି ‘ସୁଭଦ୍ରା’ । ଜିଲ୍ଲାରେ ସୁଭଦ୍ରା ଯୋଜନା କାର୍ଯ୍ୟକାରୀକୁ ନେଇ ଜିଲ୍ଲାସ୍ତରୀୟ ପ୍ରସ୍ତୁତି ବୈଠକ ଆଜି ଜିଲ୍ଲାପାଳଙ୍କ ସମ୍ମିଳନୀ କକ୍ଷ ଠାରେ ଅନୁଷ୍ଠିତ ହୋଇଯାଇଛି। ଏହି ବୈଠକରେ ଜିଲ୍ଲାପାଳ ଶ୍ରୀଯୁକ୍ତ ବିଜୟ କୁମାର ଦାଶଙ୍କ ଅଧ୍ୟକ୍ଷତା କରିଥିଲେ। ଜିଲ୍ଲାରେ ଏହି ଯୁଗାନ୍ତକାରୀ ଯୋଜନାରେ ଯୋଗ୍ୟ ମହିଳା ହିତାଧିକାରୀ ସଚେତନ ହେବା ସହିତ କିପରି ଏହି ଯୋଜନାରେ ସାମିଲ ହୋଇ ସେମାନେ ଉପକୃତ ହେବେ ଏବଂ ଏହା ଜିଲ୍ଲାରେ ସଫଳତା ଭାବେ କିପରି କାର୍ଯ୍ୟକାରୀ ହେବ ସେ ଉପରେ ବିଭାଗୀୟ ଅଧିକାରୀମାନେ ଯତ୍ନବାନ ହୋଇ କାର୍ଯ୍ୟ କରିବା ପାଇଁ ଜିଲ୍ଲାପାଳ ନିର୍ଦ୍ଦେଶ ଦେଇଥିଲେ। ଏହି ଯୋଜନା ସମ୍ପର୍କରେ ଅଧିକ ଜାଣିବା ପାଇଁ ହିତାଧିକାରୀମାନେ ଅଙ୍ଗନବାଡ଼ି କେନ୍ଦ୍ର, ବ୍ଲକ୍ କାର୍ଯ୍ୟାଳୟ,ମୋ ସେବାକେନ୍ଦ୍ର, ଜନସେବା କେନ୍ଦ୍ରକୁ ଯାଇ ସେଠାରେ ମାଗଣାରେ ଉପଲବ୍ଧ ଫର୍ମପୂରଣ କରି ଆବେଦନ କରିପାରିବେ। ଫର୍ମପୂରଣ କରିବା ନିମନ୍ତେ କେବଳ ଆଧାର କାର୍ଡ ଅନୁଯାଇ କରାଯିବ। ଅଧିକ ସୂଚନା ଜାଣିବା ପାଇଁ ସ୍ଥାନୀୟ ସିଡିପିଓ ଙ୍କ କାର୍ଯ୍ୟଳୟରେ ଯୋଗାଯୋଗ କରି ଅଧିକ ସମ୍ପୂର୍ଣ୍ଣ ସହାୟତା ପାଇପାରିବେ। ସେହିପରି ମୁଖ୍ୟ ଉନ୍ନୟନ ଅଧିକାରୀ ତଥା ନିର୍ବାହୀ ଅଧୁକାରୀ ଜିଲ୍ଲା ପରିଷଦ ଡ଼.ଗୁଣନିଧି ନାୟକ ସୁଭଦ୍ରା ଯୋଜନା ସମ୍ପର୍କରେ ବିସ୍ତୃତ ଭାବେ ସୂଚନା ଦେଇଥିଲେ । ଏହି ବୈଠକରେ ଅତିରିକ୍ତ ମୁଖ୍ୟ ଉନ୍ନୟନ ଅଧିକାରୀ ତଥା ନିର୍ବାହୀ ଅଧିକାରୀ ଜିଲ୍ଲା ପରିଷଦ ଶ୍ରୀ ପୃଥ୍ବୀବ ରାଜ ମଣ୍ଡଳ, ଉପ-ଜିଲ୍ଲାପାଳ ଶ୍ରୀ ଅନୁପ ପଣ୍ଡା,ଜିଲ୍ଲା ସାମାଜିକ ସୁରକ୍ଷା ଅଧିକାରୀ ଶ୍ରୀମତୀ ମନୋରମା ଦେବୀ,ଜିଲ୍ଲା ପଞ୍ଚାୟତ ଅଧିକାରୀ ଶ୍ରୀ ଅଶୋକ କୁମାର ପଟ୍ଟନାୟକ , ଜିଲ୍ଲା ଅଗ୍ରଣୀ ବ୍ୟାଙ୍କ ପ୍ରବନ୍ଧକ ଶ୍ରୀ ମହେଶ୍ୱର ମଣ୍ଡଳ, ଜିଲ୍ଲା ଶିକ୍ଷା ଅଧିକାରୀ ଡ଼.ମାୟାଧର ସାହୁଙ୍କ ସମେତ ଲାଇନ୍ ବିଭାଗୀୟ ଅଧିକାରୀ ସମେତ ଆଧାର ସହାୟତା କେନ୍ଦ୍ର ଓ ଜନସେବା କେନ୍ଦ୍ରର କର୍ମଚାରୀ ମାନେ ଯୋଗ ଦେଇଥିଲେ।

Leave a Reply

Your email address will not be published. Required fields are marked *