ମହାପୁରୁଷ ଶ୍ରୀ ଶ୍ରୀ ଜଗନ୍ନାଥ ଦାସଙ୍କ ଜୟନ୍ତୀ ପାଳିତ !!!

Spread the love

ଗଜପତି ( ଆୱାଜ ମିଡ଼ିଆ ) – ବିବେକାନନ୍ଦ ବେହେରା : ଗଜପତି ଜିଲ୍ଲା ସଦର ମହକୁମା ପାରଳାଖେମୁଣ୍ଡି ସ୍ଥିତ ସରସ୍ୱତୀ ଶିଶୁ ଵିଦ୍ୟା ମନ୍ଦିର ପରିସରରେ ଅଖିଳ ଭାରତୀୟ ସାହିତ୍ୟ ପରିଷଦ ଅନ୍ତର୍ଗତ ମହେନ୍ଦ୍ର ତନୟା ସାହିତ୍ୟ ସଂସଦ ଗଜପତି ଜିଲ୍ଲା ପକ୍ଷରୁ ମହାପୁରୁଷ ଶ୍ରୀ ଶ୍ରୀ ଜଗନ୍ନାଥ ଦାସଙ୍କ ଜନ୍ମ ଜୟନ୍ତୀ ପାଳିତ ହୋଇଯାଇଛି। ରାଷ୍ଟ୍ରପତି ପୁରସ୍କାର ପ୍ରାପ୍ତ ପ୍ରଧାନ ଶିକ୍ଷୟିତ୍ରୀ ଆଶାଲତା ପାଣିଗ୍ରାହୀ,ମୁଖ୍ୟ ଅତିଥି ଉପାନ୍ତ ପ୍ରହରୀ ପୂର୍ଣ୍ଣଚନ୍ଦ୍ର ମହାପାତ୍ର, ଯୋଗ ଦେଇଥିବା ବେଳେ ମୁଖ୍ୟ ବକ୍ତା ଭାବେ ଡ଼ଃ ମଦନ ମୋହନ ମହାପାତ୍ର ଅବସର ପ୍ରାପ୍ତ ପ୍ରାଧ୍ୟାପକ ତଥା ପ୍ରାବଚକ ବ୍ରହ୍ମପୁର,ସମ୍ମାନୀତ ଅତିଥି ଭାବେ ଡ଼ଃ ଚନ୍ଦ୍ର ଶେଖର ହୋତା ଆରକ୍ଷୀ ଉପାଧ୍ୟକ୍ଷ ଗଜପତି ପ୍ରମୁଖ ମଞ୍ଚାସିନ ଥିଲେ।ଅତିଥି ମାନଙ୍କ ଦ୍ଵାରା ପ୍ରଦୀପ ପ୍ରଜ୍ବଳନ ପରେ ପରିଷଦର ମହିଳା ସଦସ୍ୟ ମାନଙ୍କ ଦ୍ଵାରା ଭାଗବତ ପଠନ କରାଯାଇଥିଲା ସରୋଜ କୁମାର ପଣ୍ଡା ସ୍ୱାଗତ ଭାଷଣ ପ୍ରଦାନ କରିଥିଲେ। ବିନୋଦିନି ବିଜ୍ଞାନ କଲେଜର ଅଧ୍ୟକ୍ଷ ମନୋଜ କୁମାର ପଟ୍ଟନାୟକ ଅତିଥି ପରିଚୟ ପ୍ରଦାନ କରିଥିଲେ। ଡକ୍ଟର କଲ୍ୟାଣି ମିଶ୍ର ପ୍ରାରମ୍ଭିକ ଭାଷଣ ପ୍ରଦାନ କରିଥିଲେ।ଉପଢୌକନ ଦେଇ ଅତିଥି ମାନଙ୍କୁ ସ୍ୱାଗତ କରାଯାଇଥିଲା।ଅତିଥିମାନେ ଶ୍ରୀମଦ ଭାଗବତ ଉପରେ ନିଜର ମତବ୍ୟକ୍ତ କରିଥିଲେ । ଶେଷରେ ସ୍ଵର୍ଣ୍ଣପ୍ରଭା ପାଠୀ ଧନ୍ୟବାଦ ଅର୍ପଣ କରିଥିଲେ।

Leave a Reply

Your email address will not be published. Required fields are marked *