କେନ୍ଦ୍ରାପଡା ( ଆୱାଜ ମିଡ଼ିଆ ) – ପ୍ରଫୁଲ୍ଲ କୁମାର ମଲ୍ଲ : କେନ୍ଦ୍ରାପଡ଼ା ସ୍ଵଂୟଶାସିତ ମହାବିଦ୍ୟାଳୟ ପଡିଆରେ ଜିଲ୍ଲାସ୍ତରୀୟ ବିଦ୍ୟାର୍ଥୀ ସମ୍ବର୍ଦ୍ଧନା ଅନୁଷ୍ଠିତ ।ଏହା ରାଜ୍ୟ ସରକାରଙ୍କ ବିଦ୍ୟାଳୟ ଓ ଗଣ ଶିକ୍ଷା ବିଭାଗ ଏବଂ ଜିଲ୍ଲା ପ୍ରଶାସନର ମିଳିତ ଆନୁକୁଲ୍ୟରେ ଅନୁଷ୍ଠିତ ହୋଇଯାଇଛି I ଜିଲ୍ଲାପାଳ ଶ୍ରୀଯୁକ୍ତ ସ୍ମୃତି ରଞ୍ଜନ ପ୍ରଧାନଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଯାଇଛି । ସମାରୋହରେ ମୁଖ୍ୟ ଅତିଥି ଭାବେ ମହାକାଳପଡ଼ା ମାନ୍ୟବର ବିଧାୟକ ଶ୍ରୀଯୁକ୍ତ ଦୂର୍ଗା ପ୍ରସନ୍ନ ନାୟକ ଯୋଗ ଦେଇଥିଲେ । ପ୍ରାରମ୍ଭରେ ଜିଲ୍ଲା ଶିକ୍ଷା ଅଧିକାରୀ ଗୁରୁଙ୍କ ସହ ବିଦ୍ୟାର୍ଥୀମାନଙ୍କୁ ସମ୍ବର୍ଦ୍ଧନା ଦେବାର ରାଜ୍ୟ ସରକାରଙ୍କ ଅଭିନବ ପ୍ରୟାସ ବିଷୟରେ ମତ ବ୍ୟକ୍ତ କରିବା ସହ ସମସ୍ତଙ୍କୁ ପବିତ୍ର ଗୁରୁଦିବସର ଶୁଭେଚ୍ଛା ଜଣାଇଥିଲେ I ପବିତ୍ର ଗୁରୁଦିବସରେ ଗୁରୁମାନଙ୍କ ପ୍ରତି ଶ୍ରଦ୍ଧା ଜ୍ଞାପନ କରିବା ସହ ବିକଶିତ ଓଡ଼ିଶା ବିକଶିତ ଭାରତ ପାଇଁ ଛାତ୍ରଛାତ୍ରୀମାନଙ୍କ ଗୁରୁତ୍ଵପୂର୍ଣ ଭୂମିକା ରହିଛି ବୋଲି ମୁଖ୍ୟ ଅତିଥି ମାନେ ମତବ୍ୟକ୍ତ କରିଥିଲେ I ଆଭାସି ମାଧ୍ୟମରେ ମାନ୍ୟବର ମୁଖ୍ୟମନ୍ତ୍ରୀ ଶ୍ରୀଯୁକ୍ତ ମୋହନ ଚରଣ ମାଝି ପବିତ୍ର ଗୁରୁ ଦିବସ ଅବସରରେ ଶିକ୍ଷକ ଶିକ୍ଷୟତ୍ରୀ ମାନଙ୍କୁ ଅଭିନନ୍ଦନ ଜଣାଇବା ସହ ପୁରସ୍କୃତ ମେଧାବୀ ବିଦ୍ୟାର୍ଥୀମାନଙ୍କୁ ଶୁଭେଚ୍ଛା ଜଣାଇଥିଲେ I ଉକ୍ତ ଉତ୍ସବରେ ଅନେକ ଜନସାଧାରଣ ଏବଂ ବୁଦ୍ଧିଜୀବୀ ପ୍ରମୁଖ ଯୋଗଦେଇଥିଲେ I ଉକ୍ତ ସମାରୋହକୁ ସଫଳ କରିବା ପାଇଁ ଜିଲ୍ଲା ଶିକ୍ଷା ବିଭାଗର ଅଧିକାରୀ ଓ କର୍ମଚାରୀ ମାନେ ସହଯୋଗ କରିଥିଲେ I
କେନ୍ଦ୍ରାପଡ଼ା ସ୍ଵଂୟଶାସିତ ମହାବିଦ୍ୟାଳୟ ପଡିଆରେ ଜିଲ୍ଲାସ୍ତରୀୟ ବିଦ୍ୟାର୍ଥୀ ସମ୍ବର୍ଦ୍ଧନା ଅନୁଷ୍ଠିତ !!!

